ମୁଖ୍ୟ ଖବର
ଭୁବନେଶ୍ୱର: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ ଅଗ୍ରାଧିକାର ଭିତ୍ତିରେ କାର୍ୟ୍ୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସେହିପରି ୨୦୩୬ ସୁଦ୍ଧା ୫ ଶହ ବିଲିଅନ ଡଲାର ଅର୍ଥନୀତି ସହ ସମୃଦ୍ଧ ଓଡ଼ିଶା ଗଠନ ଲକ୍ଷ୍ୟ, ଶ୍ରେଷ୍ଠ ୫ ବିକଶିତ ରାଜ୍ୟରେ ଓଡ଼ିଶାକୁ ରଖିବା ପାଇଁ ଲକ୍ଷ୍ୟ, ରାଜ୍ୟ ଶିଳ୍ପାୟନର ଦୃତ ବିକାଶ ପାଇଁ ନିର୍ଦ୍ଦେଶାବଳୀରେ ଗୁରୁତ୍ୱ ଦିଆଯାଇଛି। ଏହା ସହିତ ରାଜ୍ୟ ଶିଳ୍ପାୟନର ଦୃତ ବିକାଶ, ଜିଲାପାଳଙ୍କୁ ବିଭିନ୍ନ ପ୍ରକ୍ରିୟାକୁ ଫାଷ୍ଟଟ୍ରାକ କରିବାକୁ ଗୁରୁତ୍ୱ ଆରୋପ, ୨ ବର୍ଷରେ ଖାଲିଥିବା ସରକାରୀ ପଦବୀ ପୂରଣ, ଦୁର୍ନୀତିଗ୍ରସ୍ତ, ଅପାରଗ, ଦାୟିତ୍ୱହୀନ ଅଧିକାରୀ ଓ କର୍ମଚାରୀଙ୍କ ପାଇଁ ଚେତାବନୀ ଏବଂ କଠୋର କାର୍ୟ୍ୟାନୁଷ୍ଠାନ ଏପରିକି ବାଧ୍ୟତାମୂଳକ ସେବା ନିବୃତ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
Comments ସମସ୍ତ ମତାମତ 0