ମୁଖ୍ୟ ଖବର
ରାଇରଙ୍ଗପୁର:ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ସେଠାରେ ଅନେକ କାର୍ୟ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି । ରାଇରଙ୍ଗପୁର ମହୁଲଡିହା ସ୍ଥିତ ଅବକାଶ ଗୃହ ଉଦ୍ଘାଟନ କରିବା ସହ ସେଠାରେ ଅନୁସୂଚିତ ଜନଜାତି, ଜାତି ଉନ୍ନୟନ ବିଭାଗ ପରିଚାଳିତ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିଦର୍ଶନ କରି ଭଞ୍ଜବୀର ସୁନାରାମ ସୋରେନଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ। ପରେ ବୈଦପୁରଠାରେ ଏକ କ୍ରୀଡ଼ା କମ୍ପ୍ଲେକ୍ସ ଉଦ୍ଘାଟନ କରିବେ। ଅପରାହ୍ଣରେ ରାଷ୍ଟ୍ରପତି ରାଇରଙ୍ଗପୁରଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍ଘାଟନ କରିବା କାର୍ୟ୍ୟକ୍ରମ ରହିଛି।
୫ତାରିଖ ସକାଳେ ରାଇରଙ୍ଗପୁର ଜଗନ୍ନାଥ ମନ୍ଦିରଠାରେ ବିଶେଷ କାର୍ୟ୍ୟକ୍ରମରେ ଯୋଗଦେଇ ଅପରାହ୍ଣରେ ଶିମିଳିପାଳ ଗସ୍ତ କରିବେ। ୬ତାରିଖ ସକାଳେ ସେଠାରେ ମହିଳା ଏବଂ ଆଦିବାସୀ ଗୋଷ୍ଠୀର ଯୁବବର୍ଗଙ୍କ ସହିତ ବାର୍ତ୍ତା ବିନିମୟ କରିବେ। ଅପରାହ୍ଣରେ ଭୁବନେଶ୍ୱରରେ ପହଞ୍ଚି ରାଜ୍ୟ ସରକାର ଏବଂ ଗ୍ଲୋବାଲ ଫିନାନ୍ସ ଟେକ୍ନୋଲୋଜି ନେଟ୍ୱର୍କର ମିଳିତ ଆୟୋଜନରେ ଅନୁଷ୍ଠିତ ‘ବ୍ଲାକ୍ ସ୍ୱାନ୍ ସମ୍ମିଳନୀ ଇଣ୍ଡିଆ’ କାର୍ୟ୍ୟକ୍ରମରେ ଯୋଗ ଦେବେ। ରାଷ୍ଟ୍ରପତି ୭ତାରିଖ ସକାଳୁ ଭୁବନେଶ୍ୱର ବିମାନ ବନ୍ଦରରୁ ଛତିଶଗଡ଼ ଅଭିମୁଖେ ଗସ୍ତ କରିବା କାର୍ୟ୍ୟକ୍ରମ ରହିଛି।
Comments ସମସ୍ତ ମତାମତ 0