Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ରାଜଧାନୀରେ ପୁଣି ଗଡିଲା ମୁଣ୍ଡ

    Share on :
    ajab-Image
    Date: Mar 1, 2026    Views: 3038

    ଭୁବନେଶ୍ଵର: ରାଜଧାନୀରେ ପୁଣି ଗଡିଲା ମୁଣ୍ଡ। ରସୁଲଗଡ଼ ନିକଟ ଜିଜିପି କଲୋନୀରେ ଶନିବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତ ଯୁବକ ରାହୁଲ ମହାରଣା ବୋଲି ଜଣାପଡିଛି । ସେ ଜଣେ ୟୁଟ୍ୟୁବ ବ୍ଲଗର। ରାତିରେ ୪ରୁ ୫ ଜଣ ରାହୁଲଙ୍କୁ ଛୁରି ଭୁସି ହତ୍ୟା କରିଥିବା ଜଣାପଡ଼ିଛି।

    ରାହୁଲଙ୍କୁ ରକ୍ତ ଜଡ଼ୁଜୁଡ଼ୁ ଅବସ୍ଥାରେ ତୁରନ୍ତ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ଖବର ପାଇ
    ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

    Maximum 500 characters

    ତାଜା ଖବର View all

    Find Us on Facebook