ମୁଖ୍ୟ ଖବର
ଭୁବନେଶ୍ୱର: ଖଣ୍ଡଗିରି ନିକଟ ଜାଗମରାରେ ଏକ ଆମ୍ବୁଲାନ୍ସରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ଚଳନ୍ତା ଅବସ୍ଥାରେ ହିଁ ଆମ୍ବୁଲାନ୍ସଟିରେ ନିଆଁ ଲାଗିଯାଇଥିଲା। ଫଳରେ ସମ୍ପୂର୍ଣ୍ଣ ଭାବେ ଜଳିଯାଇଛି ଆମ୍ବୁଲାନ୍ସ। ରୋଗୀ ଆଣିବାକୁ ଯିବା ବେଳେ ଆମ୍ବୁଲାନ୍ସରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିଶମ ଟିମ୍ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବାବେଳେ ଏଥିରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି।
Comments ସମସ୍ତ ମତାମତ 0