ମୁଖ୍ୟ ଖବର
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବନ୍ୟାଞ୍ଚଳ ପରିଦର୍ଶନ କରିବେ । ଆକାଶ ମାର୍ଗରୁ ପ୍ରଭାବିତ ଜିଲ୍ଲା ଗସ୍ତ କରିବା ସହ କ୍ଷୟକ୍ଷତିର ଆକଳନ କରିବେ ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଁଚିବା ପରେ ମୁଖ୍ୟମନ୍ତ୍ରୀ ସିଧାସଳଖ ବନ୍ୟାଞ୍ଚଳ ପରିଦର୍ଶନ କରିବେ । ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରିବେ । ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର ଓ ବାଲେଶ୍ଵର ପ୍ରମୁଖ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ ପୁରୀ ଜିଲ୍ଲାର କ୍ଷୟକ୍ଷତି ବାବଦରେ ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ଆକଳନ କରିବାର ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଓ ଏସଆରସି ରାଜେଶ ପ୍ରଭାକର ପାଟିଲ ମଧ୍ୟ ପରିଦର୍ଶନ କରିବେ । ପରିଦର୍ଶନ ପରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳଙ୍କ ସହ ଆଲୋଚନା କରିବେ ।
Comments ସମସ୍ତ ମତାମତ 0