Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ରେଡ୍‌କ୍ରସ୍‌ ପାଣ୍ଠି ଆତ୍ମସାତ୍‌ ଅଭିଯୋଗ, ପୂର୍ବତନ ବରିଷ୍ଠ ରାଜସ୍ୱ ସହାୟକ ଗିରଫ

    Share on :
    ajab-Image
    Date: Nov 1, 2026    Views: 2547

    ବ୍ରହ୍ମପୁର: ସରକାରୀରେଡ୍‌କ୍ରସ୍‌ ପାଣ୍ଠିର ୮ ଲକ୍ଷ ୬୩ ହଜାର ୨୦୦ ଟଙ୍କା ଆତ୍ମସାତ୍‌ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସଗଞ୍ଜାମଜିଲ୍ଲା ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ପୂର୍ବତନ ବରିଷ୍ଠ ରାଜସ୍ୱ ସହାୟକ (ଏସ୍‌ଆର୍‌ଏ) ସଦାଶିବ ପ୍ରଧାନଙ୍କୁ ଗିରଫ କରିଛି। ସେ ବର୍ତ୍ତମାନ ସୁରଡ଼ା ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ।

    ଭିଜିଲାନ୍ସ ସୂତ୍ରରୁ ପ୍ରକାଶ ଯେ, ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ନଜରତ ବିଭାଗରେ ଡିସେମ୍ବର ୨୦୨୩ରୁ ଅଗଷ୍ଟ ୨୦୨୫ ମଧ୍ୟରେ ସଂଗୃହୀତ ସରକାରୀ ଅର୍ଥ ଜମା ନହେବା ନେଇ ଅଭିଯୋଗ ହୋଇଥିଲା। ଏହାକୁ ନେଇ ଭିଜିଲାନ୍ସ ପକ୍ଷରୁ ତଦନ୍ତ ଓ ଯାଞ୍ଚ କରାଯାଇଥିଲା। ଅଭିଯୁକ୍ତ ପ୍ରଧାନ ଉକ୍ତ କାର୍ଯ୍ୟାଳୟର ନଜରତ ବିଭାଗ ଦାୟିତ୍ୱରେ ଥିବାବେଳେ ସରକାରୀ ଅର୍ଥ ଓ ରେଡ୍‌କ୍ରସ୍‌ ପାଣ୍ଠି ପରିଚାଳନା ଦାୟିତ୍ୱ ତାଙ୍କ ଉପରେ ନ୍ୟସ୍ତ ଥିଲା।

    ତଦନ୍ତରୁ ଜଣାପଡ଼ିଥିଲା ଯେ, ଉକ୍ତ ସମୟ ମଧ୍ୟରେ ସେ ସରକାରୀ ରସିଦ ବହି ଜରିଆରେ ରେଡ୍‌କ୍ରସ୍‌ ପାଣ୍ଠି ବାବଦକୁ ମୋଟ ୮ ଲକ୍ଷ ୬୩ ହଜାର ୨୦୦ ଟଙ୍କା ସଂଗ୍ରହ କରିଥିଲେ। ତେବେ ସଂଗୃହୀତ ଅର୍ଥକୁ ଛତ୍ରପୁର ଷ୍ଟେଟ୍‌ ବ୍ୟାଙ୍କ ଶାଖାର ନିର୍ଦ୍ଦିଷ୍ଟ ବ୍ୟାଙ୍କ ଖାତାରେ ଜମା ନକରି ନିଜ ବ୍ୟକ୍ତିଗତ ସ୍ୱାର୍ଥରେ ବ୍ୟବହାର କରିଥିବା ଭିଜିଲାନ୍ସ ତଦନ୍ତରୁ ଜଣାପଡ଼ିଥିବା କୁହାଯାଇଛି।

    ଏହି ଘଟଣାରେ ବ୍ରହ୍ମପୁର ଭିଜିଲାନ୍ସ ଥାନାରେ ୧୩/୨୦୨୬ ନମ୍ବରରେ ମାମଲା ରୁଜୁ ହୋଇଛି। ଅଭିଯୁକ୍ତଙ୍କ ବିରୋଧରେ ଦୁର୍ନୀତି ନିବାରଣ ଆଇନ, ୨୦୧୮ର ଧାରା ୧୩(୨) ସହ ୧୩(୧)(କ) ଏବଂ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌), ୨୦୨୩ର ଧାରା ୩୧୬(୫) ଅନୁଯାୟୀ ମାମଲା ରୁଜୁ କରାଯାଇଛି। ଗିରଫ ଶ୍ରୀ ପ୍ରଧାନଙ୍କୁ ବ୍ରହ୍ମପୁର ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତରେ ହାଜର କରାଯିବ। ଘଟଣାର ଅଧିକ ତଦନ୍ତ ଜାରି ରହିଛି।

    Maximum 500 characters

    ତାଜା ଖବର View all

    Find Us on Facebook