Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଏହି ୫ ଜିଲ୍ଲାରେ ପ୍ରବଳ ବର୍ଷା

    Share on :
    ajab-Image
    Date: Oct 17, 2021    Views: 4298

    ଭୁବନେଶ୍ୱର : ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ତଥା ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଥିବା ଲଘୁଚାପ ବଳୟ ଯୋଗୁଁ ଶନିବାର ଦିନ ଉପକୂଳ ସମେତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଯାଇଛି । ଲଘୁଚାପ ବଳୟଟି ବର୍ତ୍ତମାନ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ରହିଛି । ଏହାର ପ୍ରଭାବରେ ଆସନ୍ତା ୧୯ ତାରିଖ ଯାଏ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ୧୭ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଆଦି ୫ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ୧୬ଟି ଜିଲ୍ଲାରେ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଉ ୩ ଦିନ ବର୍ଷା ହେବ । ୧୮ ତାରିଖ ଦିନ ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହୋଇପାରେ । ସେହିଭଳି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ୧୯ ତାରିଖ ଦିନ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏହାପରେ ରାଜ୍ୟରେ ପାଗ ଶୁଖିଲା ରହିବ । ଅନ୍ୟପଟେ ରାଜ୍ୟରୁ ମୌସୁମୀ ବିଦାୟ ନେଇଥିବାରୁ ଏହି ତିନି ଦିନ ପରେ ରାଜ୍ୟରେ ଖରାଟିଆ ପାଗ ରହିବ ଓ ଧୀରେଧୀରେ କୁହୁଡ଼ି ସହ ଶୀତ ପଡ଼ିବା ଆରମ୍ଭ ହୋଇଯିବ ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook