Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଆଜିଠୁ ୪ ଦିନ ବର୍ଷା

    Share on :
    ajab-Image
    Date: Jan 21, 2022    Views: 4528

    ଭୁବନେଶ୍ୱର: ଆଜିଠୁ ୪ ଦିନ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା  ହେବାର ସମ୍ଭାବନା ରହିଛି।
    ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବର୍ଷା  ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ହୋଇପାରେ।
    ୨୩ ତାରିଖରେ ବର୍ଷାର ପରିମାଣ ଅଧିକ ବଢ଼ିପାରେ।  ଭୁବନେଶ୍ୱରରେ ୨୩  ଓ ୨୪ ତାରିଖରେ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

    Maximum 500 characters

    ତାଜା ଖବର View all

    Find Us on Facebook