Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ପଶ୍ଚିମାଝଡ଼ ପ୍ରଭାବ:ରାଜ୍ୟରେ ବଢିବ ବର୍ଷା

    Share on :
    ajab-Image
    Date: Jan 23, 2022    Views: 4227

    ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ପଶ୍ଚିମାଝଡ଼ ପ୍ରଭାବରେ ଘଡ଼ଘଡ଼ି ବିଜୁଳି ସହିତ ବିଭିନ୍ନ ଜିଲ୍ଲାରେ ବର୍ଷା ପାଇଁ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଉତ୍ତର ଉପକୂଳ ଓଡିଶାର ୨ ଜିଲ୍ଲା କେନ୍ଦୁଝର ଓ ମୟୁରଭଞ୍ଜରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ଦୁଇ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।  ଆଜି ସକାଳ ସାଢେ ୮ଟା ସୁଦ୍ଧା ନୂଆପଡା , ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ଘଡଘଡି ବିଜୁଳି ସହିତ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ । ୨୬ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏଭଳି ପାଗ ଜାରି ରହିବ । ବାୟୁମଣ୍ଡଳର ସ୍ଥିରତା ଏବଂ ଜଳୀୟ ବାଷ୍ପର ଉପସ୍ଥିତି ପ୍ରଭାବରେ ଆସନ୍ତା ୪ ଦିନ ପର୍ୟ୍ୟନ୍ତ ସ୍ୱାଭାବିକଠାରୁ ୨ ରୁ ୩ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ବଢିବ । ୨୭ ତାରିଖ ପର୍ୟ୍ୟନ୍ତ ଓଡିଶା ଉପରେ କୌଣସି ପାଣିପାଗର ସିଷ୍ଟମ ନଥିବାରୁ ସବର୍ବମିନ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ।

    Maximum 500 characters

    ତାଜା ଖବର View all

    Find Us on Facebook