Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାହାଘର

    Share on :
    ajab-Image
    Date: Jun 11, 2022    Views: 4616

    ପୁରୀ: ଶନିବାର ଜ୍ୟେଷ୍ଠମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ଏକାଦଶୀ ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାହାଘର ଅନୁଷ୍ଠିତ ହେବ । ଦେବୀ ରୁକ୍ମିଣୀ ସାଜିବେ ମା’ଲକ୍ଷ୍ମୀ ଠାକୁରାଣୀ । ଶ୍ରୀମଦନମୋହନ ସାଜିବେ ଶ୍ରୀକୃଷ୍ଣ । ଶିଶୁପାଳ ରୁକ୍ମିଣୀଙ୍କୁ ବିବାହ କରିବାକୁ ଚାହୁଁଥିବା ଜାଣିପାରି ତାଙ୍କୁ ବାଟରୁ ହରଣ କରିନେବାକୁ ଦେବୀ ଗୁପ୍ତରେ ଶ୍ରୀକୃଷ୍ଣଙ୍କୁ ଚିଠି ଲେଖି ଜଣାଇଥିବେ।

    ଯୋଜନା ମୁତାବକ ବିମଳାଙ୍କ ମନ୍ଦିରରେ ପୂଜା ସାରି ଫେରିବା ବାଟରେ ରୁକ୍ମିଣୀରୂପୀ ମା ଲକ୍ଷ୍ମୀ ଠାକୁରାଣୀଙ୍କୁ ଶ୍ରୀକୃଷ୍ଣରୂପୀ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ ହରଣ କରିନେବେ । ଶିଶୁପାଳ ପ୍ରତିରୋଧ କରିବେ। ଘମାଘୋଟ ଲଢେଇ ପରେ ଶିଶୁପାଳ ପରାସ୍ତ ହୋଇ ବନ୍ଦୀ ହେବେ । ସେବକମାନେ ଦେବତାଙ୍କ ପକ୍ଷରୁ ଏହି ନୀତି ସମ୍ପାଦନ କରିବେ । ରାତିରେ ମହାପ୍ରଭୁଙ୍କ ସହିତ ରୁକ୍ମିଣୀଙ୍କ ବିବାହ ଉତ୍ସବ ସଂପନ୍ନ ହେବ। ହଜାର ହଜାର ଶ୍ରଦ୍ଧାଳୁ ଠାକୁରଙ୍କ ନୀତି ଦେଖିବା ସହ ମହାପ୍ରସାଦ ସେବନ କରିବେ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook