Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ

    Share on :
    ajab-Image
    Date: Jun 11, 2022    Views: 5030

    ଜାମ୍ମୁ-କାଶ୍ମୀର: କୁଲଗାମରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଫଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ କୁଲଗାମରେ ଆତଙ୍କବାଦୀମାନେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀମାନେ ବିଶ୍ୱସ୍ଥ ସୂତ୍ରରୁ ଖବର ପାଇଥିଲେ । ଖବର ପାଇବା ପରେ ସୁରକ୍ଷା କର୍ମୀମାନେ ସମ୍ପୃକ୍ତ ଅଞ୍ଚଳକୁ ନାକାବନ୍ଦୀ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ସେହି ସମୟରେ ଉଭୟ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀର ମୃତ୍ୟୁ ହୋଇଛି । ମୃତ ଆତଙ୍କବାଦୀ ହିଜବୁଲ ମୁଜାହିଦ୍ଦିନ ସଦସ୍ୟ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଏବେ ବି ସୁରକ୍ଷାକର୍ମୀ ମାନେ ସର୍ଚ୍ଚ ଅପରେସନ ଜାରି ରଖିଛିନ୍ତି ।

    Maximum 500 characters

    ଦେଶ ବିଦେଶ View all

    Find Us on Facebook