Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ରାଜ୍ୟରେ ୨୨ କୋଭିଡ ପଜିଟିଭ ଚିହ୍ନଟ

    Share on :
    ajab-Image
    Date: Nov 3, 2022    Views: 5001

    ଭୁବନେଶ୍ଵର : ରାଜ୍ୟରେ  ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୦୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୧ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୨୧୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

    ୧୦ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୫ ଜଣ, କଟକ ୪ ଜଣ, ଖୋର୍ଦ୍ଧାରୁ ୩ ଜଣ, ଦେବଗଡ଼ ଓ ଯାଜପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ବାଲେଶ୍ବର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ସମ୍ବଲପୁର ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ଜଣେ ଆକ୍ରାନ୍ତ ରହିଛନ୍ତି।

    ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୨୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୩୩ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୬୭୨୮ଜଣ ସୁସ୍ଥ ହୋଇଛନ୍ତି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook