Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଖୋର୍ଦ୍ଧାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୪ ମୃତ

    Share on :
    ajab-Image
    Date: Dec 1, 2022    Views: 3375

    ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ବଡ଼ପୋଖରିଆ ନିକଟରେ ଆଜି ଭୋରରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ଦ୍ରୁତ  ଗତିରେ ଆସୁଥିବା ଏକ କାର୍‌ ପିଟି ଦେବାରୁ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୨ ଯୁବକ ଓ ୨ ଯୁବତୀ ଅଛନ୍ତି। କାର୍‌ଟି ଆନ୍ଧ୍ରରୁ ଆସୁଥିବା ବେଳେ ଆଜି ଭୋରରୁ ଏପରି ଭୟଙ୍କର ଦୁର୍ଘଟଣା ଘଟିଛି।

    ଅନୁଯାୟୀ, ଏକ ଟ୍ରକ୍‌ଟି ଖରାପ ହୋଇ ଯାଇଥିବାରୁ ଘଐ-୧୬ର ବଡ଼ପୋଖରିଆ ନିକଟରେ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିଲା। ଭୋରରୁ ଭୋରରୁ କୁହୁଡ଼ି ଥିବା ବେଳେ ଦ୍ରୁତ ଗତିରେ ଆସୁଥିବା କାର୍‌ଟି ଟ୍ରକ୍‌ ପଛ ପଟେ ପିଟି ହୋଇ ଯାଇଥିଲା।

    ସ୍ଥାନୀୟ ଲୋକେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି କାର୍‌ ଭିତରେ ୨ ଯୁବକ ଓ ୨ ଯୁବତୀ ଥିବା ଦେଖିବାକୁ ପାଇଥିଲେ। ଖବର ପାଇ ତୁରନ୍ତ ପୁଲିସ୍‌ ପହଞ୍ଚି କାର୍‌ ଭିତରୁ ୪ ଜଣଙ୍କୁ ବାହାର କରିଥିବା ବେଳେ ସେମାନଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଥିବା ଜଣାଯାଇଛି। ମୃତଦେହଗୁଡ଼ିକୁ ଖୋର୍ଦ୍ଧା ମେଡିକାଲକୁ ପଠାଇ ଦିଆଯାଇଛି। ସମସ୍ତେ ଜଗନ୍ନାଥଙ୍କ ଦର୍ଶନ ପାଇଁ ଆନ୍ଧ୍ରପ୍ରଦେଶରୁ ପୁରୀ ଯାଉଥିଲେ।

    Maximum 500 characters

    ତାଜା ଖବର View all

    Find Us on Facebook