Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଆଜି ମହାପ୍ରଭୁଙ୍କ ମେଣ୍ଡାପୋଡି ନୀତି

    Share on :
    ajab-Image
    Date: Mar 6, 2023    Views: 4684

    ପୁରୀ : ଶ୍ରୀମନ୍ଦିରରେ ଦୋଳପୂର୍ଣ୍ନିମା ପୂର୍ବଦିନ ଅର୍ଥାତ ସୋମବାର ସଂଧ୍ୟାରେ ମହାପ୍ରଭୁଙ୍କ ମେଣ୍ଡାପୋଡି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।
    ଖବର ଅନୁଯାୟୀ, ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ସରିବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଶ୍ରୀଦେବୀ, ଭୂଦେବୀ ଦୋଳବେଦୀକୁ ବିଜେ କରିବେ। ସେଠାରେ ଗଜପତିଙ୍କ ପ୍ରତିନିଧି ମୁଦିରସ୍ତଙ୍କ ଉପସ୍ଥିତିରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା, ହୋମ, ଦେବନୀତି, ବନ୍ଦାପନା ପରେ ଭୋଗ ହେବ। ମାରୱାଡି ସଂପ୍ରଦାୟର ମହିଳାଙ୍କ ଦ୍ୱାରା ପୂର୍ବରୁ ସଂଗୃହିତ ଘଷିରେ ଅଗ୍ନି ସଂଯୋଗ କରଯିବ। ହୋଲିକା ରାକ୍ଷାସୀକୁ ଦହନର ପ୍ରତିଫଳନ ସ୍ୱରୁପ ଏହି ମେଣ୍ଡାପୋଡି ନୀତି ଅନୁଷ୍ଠିତ ହୋଇଥାଏ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook