Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୬୯୦ ଆକ୍ରାନ୍ତ

    Share on :
    ajab-Image
    Date: May 11, 2023    Views: 4618

    ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୨୦୦୦ ତଳେ ଥିବା ବ‌େଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୨୦,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୬୯୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୬୯୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯,୭୬,୫୯୯ରେ ପହଞ୍ଚିଛି।

    ଗତ ୨୪ ‌ଘଣ୍ଟାରେ ୧୨ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୭୩୬କୁ ବୃଦ୍ଧି ପାଇଛି।  ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୨୫,୨୫୦। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୭% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୯,୬୧୩କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି।

    Maximum 500 characters

    ଦେଶ ବିଦେଶ View all

    Find Us on Facebook