Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ସୁଦୃଶ ଲଘୁଚାପ ସକ୍ରିୟ, ବହିବ ୩୫ ରୁ ୪୫ କିମି ବେଗରେ ପବନ

    Share on :
    ajab-Image
    Date: Oct 2, 2023    Views: 3289

    ଭୁବନେଶ୍ବର: ବଙ୍ଗୋପସାଗରରେ ସକ୍ରିୟ ରହିଛି ସୁଦୃଶ ଲଘୁଚାପ । ଦକ୍ଷିଣ-ପୂର୍ବ ଝାଡ଼ଖଣ୍ଡ ପାର୍ଶ୍ବବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ହୋଇଛି । ପ୍ରଭାବରେ ଆଜି ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର-ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

    ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝରରେ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୭ରୁ ୨୦ ସେଣ୍ଟିମିଟର ବର୍ଷା ହେବାନେଇ ସତର୍କ କରାଯାଇଛି । ଏହି ସମୟରେ ଦୃଶ୍ୟମାନ କ୍ଷମତା କମିବା ସହ ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇପାରେ । କାଲି ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ।

    ପ୍ରବଳ ବର୍ଷା ସାଙ୍ଗକୁ ପ୍ରଚଣ୍ଡ ବିଜୁଳି ଘଡଘଡି ଏବଂ ଘଣ୍ଟାପ୍ରତି ୩୫ ରୁ ୪୫ କିମି ବେଗରେ ପବନ ବହିବ । ସମୁଦ୍ର ଆଶାନ୍ତ ରହିବା ସମ୍ଭାବନା ଥିବାରୁ କାଲିଯାଏ ମତ୍ସଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।

    Maximum 500 characters

    ତାଜା ଖବର View all

    Find Us on Facebook