Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ନାମାଙ୍କନ ଦାଖଲ କଲେ ରାହୁଲ

    Share on :
    ajab-Image
    Date: Apr 3, 2024    Views: 6236

    ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜି କେରଳର ୱାୟନାଡ ଆସନରୁ ଲୋକସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି। ବିଶାଳ ରୋଡ ସୋରେ ଯାଇ ନାମାଙ୍କନ ଦାଖଲ କରିଛନ୍ତି। ଏହି ସମୟରେ ରାହୁଲଙ୍କ ସହିତ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ଦଳର ବରିଷ୍ଠ ନେତାମାନେ ଉପସ୍ଥିତ ରହିଥିଲେ। ହଜାର ହଜାର ସମର୍ଥକଙ୍କ ସହ ଯାଇ ରାହୁଲ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଗତ ୨୦୧୯ ନିର୍ବାଚନରେ ଏଠାରେ ୪ ଲକ୍ଷରୁ ଅଧିକ ଭୋଟ ବ୍ୟବଧାନରେ ଜିତିଥିଲେ। ଏହି ନିର୍ବାଚନରେ ରାହୁଲଙ୍କ ବିପକ୍ଷରେ ଅଛନ୍ତି ସିପିଆଇ ସାଧାରଣ ସମ୍ପାଦକ ଡି ରାଜାଙ୍କ ପତ୍ନୀ ଆନି ରାଜା । ଦଳ ତାଙ୍କୁ ୱାୟନାଡରୁ ପ୍ରାର୍ଥୀ କରିଛି । ରାହୁଲଙ୍କ ବିପକ୍ଷରେ ବିଜେପି ରାଜ୍ୟ ସଭାପତି କେ ସୁରେନ୍ଦ୍ରନ ନିର୍ବାଚନ ମଇଦାନକୁ ଓହ୍ଲାଇବେ ।

    Maximum 500 characters

    ଦେଶ ବିଦେଶ View all

    Find Us on Facebook