Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    କନିଷ୍ଠ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ

    Share on :
    ajab-Image
    Date: Apr 7, 2024    Views: 6344

    ଜୟପୁର : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗୁଣୁପୁର ବ୍ଲକର ପୂର୍ବତନ କନିଷ୍ଠ ଯନ୍ତ୍ରୀ ସରୋଜ କୁମାର ପଣ୍ଡାଙ୍କୁ ଜେଲ୍ ଦଣ୍ଡ ହୋଇଛି। ଜୟପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ରାଜେଶ ଏକ୍କା ମାମଲାାର ଶୁଣାଣି କରି କନିଷ୍ଠ ଯନ୍ତ୍ରୀଙ୍କୁ ଦୋଷୀ ସାବ୍ୟସ୍ତ କରି ୩ ବର୍ଷ ଜେଲ ଦଣ୍ଡାଦେଶ ସହ ୨ ଲକ୍ଷ ଟଙ୍କା ଜୋରିମାନା ଦେବାକୁ ବି ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ହେଲେ ଆଉ ୬ମାସ ସଶ୍ରମ କାରାଦଣ୍ଡ ନିମନ୍ତେ ରାୟରେ ଉଲ୍ଲେଖ କରିଛନ୍ତି। ଅନ୍ୟ ପଟେ ସରୋଜଙ୍କ ସ୍ତ୍ରୀ ଦିପ୍ତୀରାଣୀ ପଣ୍ଡାଙ୍କୁ ନିର୍ଦ୍ଦୋଶରେ ଖଲାସ କରିଛନ୍ତି।

    ସରୋଜ କୁମାର ପଣ୍ଡା ବର୍ତ୍ତମାନ ରାୟଗଡ଼ା ବ୍ଲକ କନିଷ୍ଠ ଯନ୍ତ୍ରୀ ଅଛନ୍ତି । କୋର୍ଟ ଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇ ଦଣ୍ଡାଦେଶ ପାଇଲା ପରେ ସରୋଜ ପଣ୍ଡାଙ୍କୁ ଚାକିରିରୁ ବରଖାସ୍ତ ପାଇଁ ଆବେଦନ କରିବ ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook