Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ଜନସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ କଲେ ନବୀନ

    Share on :
    ajab-Image
    Date: Oct 2, 2024    Views: 2932

    ଭୁବନେଶ୍ବର : ଗାନ୍ଧୀ ଜୟନ୍ତୀ ଅବସରରେ ସମଗ୍ର ରାଜ୍ୟରେ ବିଜୁ ଜନତା ଦଳ ପକ୍ଷରୁ ଆରମ୍ଭ ହୋଇଛି ଜନ ଜାଗରଣ ପଦଯାତ୍ରା। ଏକାମ୍ର ଭୁବନେଶ୍ୱର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବଡଗଡ଼ ବ୍ରିଟ୍‌ କଲୋନୀ ସ୍ଥିତ ନେତାଜୀ ଖେଳ ପଡିଆରୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟବ୍ୟାପୀ ଜନସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି। ପଦଯାତ୍ରାର ଶୁଭାରମ୍ଭ କରି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେପି ସରକାରଙ୍କ କାର୍ୟ୍ୟକୁ ତୀବ୍ର ସମାଲୋଚନା କରିଛନ୍ତି। ଗତ ୩ ମାସ ମଧ୍ୟରେ ଶାନ୍ତି ପ୍ରିୟ ରାଜ୍ୟ ଓଡ଼ିଶା କିପରି ଅଶାନ୍ତିର ଚରମ ସୀମାରେ ପହଂଚିଲାଣି ତାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ନବୀନ। ୨୪ ବର୍ଷ ଶାସନକାଳ ମଧ୍ୟରେ ଓଡ଼ିଶାରେ ଶିକ୍ଷା, ସ୍ୱାସ୍ଥ୍ୟ, ଶିଳ୍ପ କ୍ଷେତ୍ରରେ ହୋଇଥିବା ଉନ୍ନତି ସମ୍ପର୍କରେ ଆୟୋଜିତ ସଭାରେ ଲୋକଙ୍କ ଅବଗତ କରାଇଥିଲେ ନବୀନ। ସେବା ଓ ସ୍ୱାଭିମାନ ହେଉଛି ବିଜୁ ଜନତା ଦଳର ମନ୍ତ୍ର। ତୃଣମୂଳ ସ୍ତରରେ ଓଡ଼ିଶାର ପ୍ରତିଟି ଲୋକଙ୍କୁ ସ୍ୱାବଲମ୍ବୀ କରାଇବା ବିଜେଡିର ମୂଳ ଲକ୍ଷ୍ୟ ବୋଲି କହିଥିଲେ ନବୀନ।
    ନବୀନ ଆହୁରି ମଧ୍ୟ କହିଛନ୍ତି  ଗତ ୨୪ ବର୍ଷ ଭିତରେ ବିଜୁ ଜନତା ଦଳ ଓଡ଼ିଶାର ବିକାଶ ପାଇଁ ବହୁତ କିଛି କରିଛି । ଡବଲ ଇଂଜିନ ସରକାର ଶାସିତ ରାଜ୍ୟଙ୍କଠାରୁ ଓଡ଼ିଶା ଢେର ଆଗରେ ଅଛି । ବିଜେଡି ସରକାରର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଦ୍ୱାରା କୋଟି କୋଟି ଲୋକ ଉପକୃତ ହୋଇଛନ୍ତି । ବର୍ତ୍ତମାନ ସରକାର ସେହି ଯୋଜନାର ନାମ ବଦଳାଇ ଦେଇଛନ୍ତି । ଆପଣ ଯୋଜନାର ନାମ ବଦଳାଇ ଦେଇ ପାରିବେ କିନ୍ତୁ ଇତିହାସ ବଦଳାଇ ପାରିବେ ନାହିଁ । ମିଛ କାହାଣୀ କହି ବିଜେପି କ୍ଷମତାକୁ ଆସିଛି । ଆପଣ ମାନେ ମାଗଣାରେ ୩ଶହ ୟୁନିଟ୍ ବିଜୁଳୀ ପାଉଛନ୍ତି ? କେତେ ଜଣ ମା’ ୫୦ ହଜାର ଟଙ୍କା ପାଇଲେଣି  ବୋଲି ପ୍ରଶ୍ନ କରିଛନ୍ତି ବିଜେଡି ସୁପ୍ରିମୋ ।

    Maximum 500 characters

    ରାଜନୀତି View all

    Find Us on Facebook