Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ନିମ୍ନସ୍ତରଙ୍କୁ ଖସିଯାଇଛନ୍ତି ପଶ୍ଚିମବଙ୍ଗ ସରକାର:ଶୁଭେନ୍ଦୁ ଅଧିକାରୀ

    Share on :
    ajab-Image
    Date: May 4, 2025    Views: 3779

    ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ ପ୍ରସଙ୍ଗ । ମମତା ବାନାର୍ଜୀଙ୍କୁ ଶୁଭେନ୍ଦୁ ଅଧିକାରୀଙ୍କ ଟାର୍ଗେଟ । ଓଡ଼ିଶା ସରକାରଙ୍କ ତଦନ୍ତ ନିର୍ଦ୍ଦେଶକୁ ସ୍ବାଗତ କଲେ ପଶ୍ଚିମବଙ୍ଗ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ । 

    ଶୁଭେନ୍ଦୁ ଅଧିକାରୀ ନିଜ ସୋସିଆଲ ମିଡିଆ ‘X’ ଆକାଉଣ୍ଟରେ ଲେଖିଛନ୍ତି ଯେ, ନିମ୍ନସ୍ତରକୁ ଖସି ଯାଇଛନ୍ତି ପଶ୍ଚିମବଙ୍ଗ ସରକାର। ଦୀଘା ମନ୍ଦିରକୁ ଜଗନ୍ନାଥ ଧାମ ସାଂସ୍କୃତିକ କେନ୍ଦ୍ର ଭାବେ ଉପସ୍ଥାପନ କରିଛନ୍ତି । ଭକ୍ତଙ୍କୁ ଭ୍ରମିତ କରିବାକୁ ସରକାର ପଶ୍ଚିମବଙ୍ଗ ସରକାର ଏପରି କରିଛନ୍ତି । ପଶ୍ଚିମବଙ୍ଗ ସରକାରଙ୍କ ଦୋମୁହଁ ନୀତିର ପର୍ଦ୍ଦାଫାସ ହେବା ଉଚିତ୍। ସାରା ଭାରତ ଓ ବିଶ୍ବରେ ଜଗନ୍ନାଥଙ୍କ ମନ୍ଦିର ରହିଛି, ସେଗୁଡ଼ିକ ଧାମ ନ ନୁହେଁ । ଏକ ନୂଆ ଢାଞ୍ଚା ନିର୍ମାଣ କରି ଏହାକୁ ଧାମ ଭାବେ ନାମିତ କରାଯାଇପାରିବ ନାହିଁ । ବଳକା ନବକଳେବର ଦାରୁ ବ୍ୟବହାର ଜଗନ୍ନାଥ ସଂସ୍କୃତି ପ୍ରତି ଘୋର ଅପମାନ । ରାମକୃଷ୍ଣ ଦାସମହାପାତ୍ରଙ୍କ ଭୂମିକା ଉପରେ ବିଚାର ଆବଶ୍ୟକ। ତାଙ୍କ କାର୍ଯ୍ୟ ଜଗନ୍ନାଥ ସଂସ୍କୃତି ପ୍ରତି ଘୋର ଅପମାନ ଆଣିଛି । ପଦବୀର ଅପବ୍ୟବହାର କରି ଭକ୍ତଙ୍କ ବିଶ୍ବାସକୁ କ୍ଷୁର୍ଣ୍ଣ କରିଛନ୍ତି ।

    Maximum 500 characters

    ଦେଶ ବିଦେଶ View all

    Find Us on Facebook