Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଜିଲ୍ଲାପାଳ ଓ ଏସ.ପିଙ୍କ ବଦଳି

    Share on :
    ajab-Image
    Date: Jun 30, 2025    Views: 3728

    ପୁରୀ: ପୁରୀ ଅଘଟଣକୁ ନେଇ ବଡ଼ କାର୍ଯ୍ୟାନୁଷ୍ଠାନ । ଶରଧାବାଲିରେ ଠେଲାପେଲା ଓ ଦଳାଚକଟାରେ ୩ ଭକ୍ତଙ୍କ ମୃତ୍ୟୁ ପରେ ପୁରୀ ଜିଲ୍ଲାପାଳ ଓ ଏସ.ପିଙ୍କୁ ମଧ୍ୟ ବଦଳି କରାଯାଇଛି । ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁକୁ ବଦଳି କରାଯାଇଛି । ନୂତନ ଜିଲ୍ଲାପାଳ ଭାବେ ଚଞ୍ଚଳ ରାଣାଙ୍କୁ ନିଯୁକ୍ତ କରାଯାଇଛି । ସେହିପରି ପୁରୀ ଏସପି ବିନୀତ ଅଗ୍ରୱାଲଙ୍କୁ ବଦଳି କରାଯାଇଛି । ନୂତନ ଏସ.ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆଯାଇଛି ।

    ପୁରୀ ଦଳାଚକଟାରେ 3 ଜଣଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ ସରକାର ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ । ଏହା ସହିତ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଓ ଏସ.ପି ବିନତୀ ଅଗ୍ରୱାଲଙ୍କୁ ବଦଳି କରାଯାଇଛି । ନୂତନ ଜିଲ୍ଲାପାଳ ଭାବେ ଚଞ୍ଚଳ ରାଣାଙ୍କୁ ନିଯୁକ୍ତ କରାଯାଇଥିବାବେଳେ ନୂତନ ଏସ.ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆଯାଇଛି । ଏହା ସହିତ DCP ବିଷ୍ଣୁ ପତି ଓ କମାଣ୍ଡାନ୍ଟ ଅଜୟ ପାଢୀଙ୍କୁ ଦାୟିତ୍ବରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, "ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡିଆ ଜାତିର ଗର୍ବ ଓ ଗୌରବ । ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ । ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।"ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି । ପରଲୋକଗତ ଭକ୍ତମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook