Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଉପରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଲେ ସି.ପି ରାଧାକୃଷ୍ଣନ

    Share on :
    ajab-Image
    Date: Sep 12, 2025    Views: 3901

    ନୂଆଦିଲ୍ଲୀ:  ଦେଶର ୧୫ତମ ଉପରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି ସି.ପି ରାଧାକୃଷ୍ଣନ । ରାଷ୍ଟ୍ରପତି ଭବନରେ ଏହି ଶପଥ ଗ୍ରହଣ ସମାରୋହ ଉତ୍ସବ ଅନୁଷ୍ଠିତ ହୋଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସି.ପି ରାଧାକୃଷ୍ଣନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏନଡିଏର ବରିଷ୍ଠ ନେତାଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା, ଓଡ଼ିଶା ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଓ ଅନ୍ୟ କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ଉପସ୍ଥିତ ରହିଥିଲେ । ବିରୋଧୀ ଦଳର ନେତା ମାନେ ମଧ୍ୟ ଏହି ଶପଥ ଗ୍ରହଣ ସମାରୋହରେ ସାମିଲ ହୋଇଥିଲେ ।ଉପରାଷ୍ଟ୍ରପତି ନିର୍ବାଚନରେ ସି.ପି ରାଧାକୃଷ୍ଣନ ଏନଡିଏ ମେଣ୍ଟ ପ୍ରାର୍ଥୀ ଭାବେ ବିଜୟୀ ହୋଇଥିଲେ । ତାଙ୍କୁ ୪୫୨ଭୋଟ ମିଳିଥିବା ବେଳେ ଇଣ୍ଟି ମେଣ୍ଟ ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀ ପାଇଥିଲେ ୩୦୦ ଭୋଟ । ଜଗଦୀପ ଧନଖର ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଇସ୍ତଫା ଦେବା ପରେ ଉପରାଷ୍ଟ୍ରପତି ପଦବୀ ଖାଲି ପଡିଥିଲା ।

    Maximum 500 characters

    ଦେଶ ବିଦେଶ View all

    Find Us on Facebook