Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଶ୍ବେତପର୍ଣ୍ଣାଙ୍କୁ ଏକଲବ୍ୟ ପୁରସ୍କାର

    Share on :
    ajab-Image
    Date: Oct 12, 2025    Views: 3907

    ଭୁବନେଶ୍ବର: ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବ୍ୟାଡମିଣ୍ଟନ ତାରକା ଶ୍ବେତପର୍ଣ୍ଣା ପଣ୍ଡା ୨୦୨୫ ମସିହାର ସମ୍ମାନଜନକ ୩୩ତମ ଏକଲବ୍ୟ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏକଲବ୍ୟ ପୁରସ୍କାର ଜୁରି କମିଟି ବିଭିନ୍ନ କ୍ଷେତ୍ରର ପ୍ରଖ୍ୟାତ ଜୁରି ସଦସ୍ୟଙ୍କୁ ନେଇ ଗଠିତ ଏକଲବ୍ୟ ପୁରସ୍କାର କମିଟି ଏକ ବୈଠକରେ ସର୍ବସମ୍ମତିକ୍ରମେ ଏହି ନିଷ୍ପତ୍ତି ନେଇଛି। ପୁରସ୍କାରର ଅଂଶସ୍ବରୂପ ଶ୍ବେତପର୍ଣ୍ଣାଙ୍କୁ ୭ ଲକ୍ଷ ଟଙ୍କା ନଗଦ ପୁରସ୍କାର ଏବଂ ଏକ ଟ୍ରଫି ପ୍ରଦାନ କରାଯିବ। ଏଥିସହ ଜାତୀୟ ଓ ଅନ୍ତର୍ଜାତୀୟ କ୍ଷେତ୍ରରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଭାରୋତ୍ତୋଳକ ପ୍ରୀତିସ୍ମିତା ଭୋଇ ଏବଂ ଟେନିସ୍‌ ଖେଳାଳି ଆହାନଙ୍କୁ ୧.୫ ଲକ୍ଷ ଟଙ୍କା ଲେଖାଏଁ ରାଶି ଓ ମାନପତ୍ର ପ୍ରଦାନ କରାଯିବ। ଆଗାମୀ ଏକଲବ୍ୟ ପୁରସ୍କାର ବିତରଣ କାର୍ୟ୍ୟକ୍ରମରେ ଏହି ପୁରସ୍କାର ଦିଆଯିବ।
    ଭାରତର ପ୍ରମୁଖ ଫେରୋ ଆଲଏଜ୍‌ ଉତ୍ପାଦନକାରୀ କମ୍ପାନୀ ଇମ୍ଫା ଦ୍ୱାରା ପରିଚାଳିତ ଇଣ୍ଡିଆନ ମେଟାଲ୍ସ ପବ୍ଲିକ ଚାରିଟେବଲ୍‌ ଟ୍ରଷ୍ଟ (ଇମ୍ପାକ୍ଟ) ଦ୍ୱାରା ୧୯୯୩ ମସିହାରେ ଏକଲବ୍ୟ ପୁରସ୍କାର ପ୍ରତିଷ୍ଠା କରାଯାଇଥିଲା। ଜାତୀୟସ୍ତରର ବହୁ ପୁରସ୍କାର ସମାନ୍ତରାଳରେ ଏବେ ଏହା ଓଡ଼ିଶାର ସବୁଠାରୁ ମର୍ୟ୍ୟାଦାଜନକ କ୍ରୀଡ଼ା ସମ୍ମାନ ରୂପେ ଜଣାଶୁଣା। କ୍ରୀଡ଼ା କ୍ଷେତ୍ରରେ ବିଗତ ଦୁଇ ବର୍ଷ ମଧ୍ୟରେ ଉଲ୍ଲେଖନୀୟ ପ୍ରଦର୍ଶନ ନିମନ୍ତେ ଯୁବ ଓଡ଼ିଆ କ୍ରୀଡ଼ାବିତ୍‌ଙ୍କୁ ପ୍ରତିବର୍ଷ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ। 

    Maximum 500 characters

    ରାଜ୍ୟ ଖବର View all

    Find Us on Facebook