Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ପେଟ୍ରୋଲ ଢାଳି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

    Share on :
    ajab-Image
    Date: Dec 6, 2025    Views: 3698

    ରାଜଗାଙ୍ଗପୁର: ଦେହରେ ପେଟ୍ରୋଲ ଢାଳି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ । ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ଣ ଫାଣ୍ଡି ଅଞ୍ଚଳରୁ ଏହି ଘଟଣା ସାମ୍ନାକୁ ଆସିଛି। ସୂଚନା ମୁତାବକ, ଲାଞ୍ଜିବେର୍ଣ ଫାଣ୍ଡି ଅଞ୍ଚଳର ଜଣେ କଲେଜ ପଢୁଆ ଯୁବତୀ ଆଜି ଭୋର ସମୟରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲା ସ୍ଥିତ ଆରଜିଏଚରେ ଭର୍ତ୍ତି କରାଯାଇଛି। ଅନ୍ୟପଟେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିବା ବେଳେ ଯୁବତୀଙ୍କ ବୟାନ ରେକର୍ଡ କରିଥିବା ସୂଚନା ରହିଛି । ତେବେ କେଉଁ କାରଣରୁ ଛାତ୍ରୀ ଜଣକ ଏଭଳି ଚରମ ପଦକ୍ଷେପ ଗ୍ରହଣ କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ । ପୁଲିସ ତଦନ୍ତ ପରେ ଅସଲ କାରଣ ଜଣା ପଡିବ ବୋଲି ସୂଚନା ମିଳିଛି। ଛାତ୍ରୀ ଜଣକ ରାଜଗାଙ୍ଗପୁରସ୍ଥିତ ମହିଳା ମହାବିଦ୍ୟାଳୟର ଯୁକ୍ତ ୩ କଳାର ଛାତ୍ରୀ ବୋଲି ସୂଚନା ରହିଛି।

    Maximum 500 characters

    ତାଜା ଖବର View all

    Find Us on Facebook