Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ସ୍କୁଲ୍ ଗାଡ଼ି ସହ ଟ୍ରକ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର୍ ମୃତ

    Share on :
    ajab-Image
    Date: Jun 30, 2025    Views: 3121

    ବେଲବାହାଳୀ : ସ୍କୁଲ୍ ଗାଡ଼ି ସହ ଟ୍ରକ୍ ମୁହାଁମୁହିଁ ଧକ୍କା। ଡ୍ରାଇଭର୍ ମୃତ, ୧୦ ଛାତ୍ରଛାତ୍ରୀଙ୍କ ସମେତ ଶିକ୍ଷୟିତ୍ରୀ ଗୁରୁତର। କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ନୂଆଗାଁ ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତ ଶିକ୍ଷୟିତ୍ରୀ ଏବଂ ଛାତ୍ରଛାତ୍ରୀଙ୍କୁ ସାଇଁକୁଳ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନାନୁଯାୟୀ, ସୋମବାର ସକାଳେ ରାମଚନ୍ଦ୍ରପୁର ଥାନା ଖଲଣାରେ ଥିବା ଜାଭିୟର ସ୍କୁଲର ଛାତ୍ରଛାତ୍ରୀଙ୍କୁ ନେଇ ଏକ ବୋଲେରୋ ଯାଉଥିବା ବେଳେ ୨୦ନଂ ଜାତୀୟ ରାଜପଥ ନୂଆଗାଁ ପେଟ୍ରୋଲ ପମ୍ପ ନିକଟରେ ଏକ ଟ୍ରକ୍ ସହ ଧକ୍କା ହୋଇଥିଲା। ବୋଲେରୋଟି ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ଡ୍ରାଇଭର୍‌ଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଶିକ୍ଷୟତ୍ରୀ ଓ ୨ ଜଣ ଛାତ୍ରଛାତ୍ରୀ ଗୁରୁତର ହୋଇଥିଲେ। ଅନ୍ୟ ୮ ଜଣ ଛାତ୍ରଛାତ୍ରୀ ଆହତ ହୋଇଥିଲେ। ସମସ୍ତ ଗୁରୁତର ଆହତଙ୍କୁ ଉଦ୍ଧାର କରି ସାଇଁକୁଳ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରୁ ଟ୍ରକ୍ ଡ୍ରାଇଭର ଫେରାର ଥିବା ବେଳେ ପୁଲିସ ପହଁଞ୍ଚି ତଦନ୍ତ ଆରମ୍ଭ କରିଛି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook