Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଜଳିଗଲା ବସ୍, ୧୦ ମୃତ

    Share on :
    ajab-Image
    Date: Dec 25, 2025    Views: 2908

    ନୂଆଦିଲ୍ଲୀ: କର୍ଣ୍ଣାଟକରେ ଭୟଙ୍କର ସଡକ ଦୁର୍ଘଟଣା। କର୍ଣ୍ଣାଟକର ଚିତ୍ରଦୁର୍ଗ ଜିଲ୍ଲାରେ ଏକ ଘରୋଇ ପ୍ଲିପର କୋଚ୍ ବସ୍ ଟ୍ରକ ସହ ଧକ୍କା ହେବା ପରେ ସେଥିରେ ନିଆଁ ଲାଗିଯାଇଛି। ଦୁର୍ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପୁଲିସ୍‌ର କହିବାନୁଯାୟୀ ବସ୍‌ ଟି ବେଙ୍ଗାଲୁରୁରୁ ଗୋକର୍ଣ୍ଣ ଯାଉଥିବାବେଳେ ଏକ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏହାପରେ ବସ୍‌ ଟିରେ ହଠାତ୍ ନିଆଁ ଲାଗିଯାଇଥିଲା। ଦୁର୍ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆଗକୁ ମୃତକଙ୍କ ସଂଖ୍ୟା ବଢିପାରେ। ଏଥିରେ ଅନେକ ଲୋକ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ବସ୍‌ରେ ନିଆଁ ଲାଗିଯାଇଥିବାରୁ ପୁଲିସ୍‌ କୁ ଉଦ୍ଧାର କାର୍ୟ୍ୟ କରିବାରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଲା। ବସ୍‌ଟି ଜଳିଯିବା ସମୟରେ ଅନେକ ଯାତ୍ରୀ ଫସିରହିଥିବା ଜଣାପଡିଛି।

    ସେପଟେ ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଟ୍ୱିଟରରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “କର୍ଣ୍ଣାଟକର ଚିତ୍ରଦୁର୍ଗ ଜିଲ୍ଲାରେ ଘଟିଥିବା ଦୁର୍ଘଟଣାରେ ମୁଁ ଗଭୀର ମର୍ମାହତ। ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୁଁ ସମବେଦନା ଜଣାଉଛି। ଏବଂ ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛି। ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ। ପୁଲିସ୍‌ ଏହି ଘଟଣାରେ ଅଧିକ ତଦନ୍ତ ଜାରି ରଖିଥିବାବେଳେ ଡ୍ରାଇଭର ଗାଡି ଚଲାଉଥିବାବେଳେ ଆଖି ଲାଗିଯିବାରୁ ଏଭଳି ଅଘଟଣ ଘଟିଥାଇପାରେ ବୋଲି ସନ୍ଦେହ କରାଯାଉଛି।

    Maximum 500 characters

    ଦେଶ ବିଦେଶ View all

    Find Us on Facebook