Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଭୟଙ୍କର ବସ୍ ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ,୧୫ ଆହତ

    Share on :
    ajab-Image
    Date: Dec 30, 2025    Views: 3061

    ଉତ୍ତରାଖଣ୍ଡ ରେ ଏକ ଭୟଙ୍କର ବସ୍ ଦୁର୍ଘଟଣାରେ ୭ଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୧୫ ଜଣ ଆହତ ହୋଇ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଉତ୍ତରଖଣ୍ଡର ଆଲମୋରା ଜିଲ୍ଲାର ଭିକିଆସେନ ନିକଟରେ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ଗଭୀର ଘାଟିରେ ଖସିପଡ଼ିଛି । ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୭ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ଘଟଣାରେ ୧୫ଜଣ ଗୁରୁତର ଆହତ ହୋଇଛନ୍ତି । ଆହତ ଯାତ୍ରୀମାନଙ୍କୁ ଭିକିଆସେନର ସରକାରୀ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି | ଉଦ୍ଧାର କାର୍ଯ୍ୟ ତ୍ୱରାନିତ ପାଇଁ ଦୁର୍ଘଟଣାସ୍ଥଳକୁ ରାଜ୍ୟ ବିପର୍ଯ୍ୟୟ ପ୍ରତିକ୍ରିୟା ବାହିନୀ (SDRF) ମୃତୟନ କରାଯାଇଛି ।

     

    Maximum 500 characters

    ଦେଶ ବିଦେଶ View all

    Find Us on Facebook