Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ବସ-ଟ୍ରକ ମୁହାଁମୁହିଁ ଧକ୍କା; ଜଣେ ମୃତ, ୧୫ ଆହତ

    Share on :
    ajab-Image
    Date: May 9, 2026    Views: 3050

    ବ୍ରହ୍ମପୁର : ଗଞ୍ଜାମ କୋଦଳା ଥାନା ନିକଟସ୍ଥ ବାଲିଢାବା ସମ୍ମୁଖରେ ଶନିବାର ଏକ ଯାତ୍ରୀବାହୀ ବସ୍-ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଟ୍ରକ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତଙ୍କୁ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ଆହତଙ୍କ ମଧ୍ୟରୁ ଜଣେ ନାବାଳକ ଅବସ୍ଥା ସଂକଟାପନ୍ନ ରହିଛି।
    ପୋଲସରାରୁ ପୁରୀ ଅଭିମୁଖେ ଯାଉଥିବା ଦୁର୍ଗା ମାଧବ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍ ସହ କଟକରୁ କୋଦଳା ଅଭିମୁଖେ ଆସୁଥିବା ଏକ ମୃଦୁ ପାନୀୟଜଳ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା।  ଫଳରେ ବସରେ ବସିଥିବା ଯାତ୍ରୀ ମାନେ ଆହତ ହୋଇଥିବା ବେଳେ ଟ୍ରକ ଡ୍ରାଇଭର ଦୁର୍ଘଟଣାରେ ଗୁରୁତର ଭାବେ ଆହତ ହୋଇଥିଲେ। ତାଙ୍କୁ କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ବସରେ ଥିବା ୧୫ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି। ସେଥିମଧ୍ୟରୁ ପ୍ରମିତ କୁଣ୍ଡୁ ନାମକ ଜଣେ ୭ ବର୍ଷର ନାବାଳକ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଖବର ପାଇ କୋଦଳା ଥାନା ପୁଲିସ, ଅଗ୍ନିଶମ ବାହିନୀ କର୍ମଚାରୀମାନେ ଦୁର୍ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ଆହତମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଘରକୁ ପଠାଇ ଦିଆଯାଇଛି। ଦୁର୍ଘଟଣାର ପ୍ରକୃତ କାରଣ ସ୍ପଷ୍ଟ ହୋଇ ନଥିଲେ ମଧ୍ୟ ଟ୍ରକ ଡ୍ରାଇଭରଙ୍କୁ ଖାମଖିଆଲି ଯୋଗୁଁଁ ଟ୍ରକଟି ବସକୁ ପିଟିଥିବା କୁହାଯାଉଛି। ସେପଟେ ଦୁର୍ଘଟଣା ପରେ ଆସିକା – ଭୁବନେଶ୍ବର ରାଜ୍ୟ ରାଜପଥ ଅବରୋଧ ହୋଇଛି। ଉଭୟ ଟ୍ରକ ଓ ବସ୍ କ୍ଷତିଗ୍ରସ୍ତ ହୋଇ ରାସ୍ତା ଉପରେ ରହିଥିବାରୁ ଗମନାଗମନରେ ବାଧା ଉପୁଜିଛି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook