Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଘରକରଣ

ମୁଖ୍ୟ ଖବର

    ହାଇଓ୍ବାକୁ ପଛରୁ ପିଟିଲା କାର୍, ୨ ମୃତ

    Share on :
    ajab-Image
    Date: Jun 13, 2026    Views: 2977

    କଳାହାଣ୍ଡି: କଳାହାଣ୍ଡି ଜିଲା ଭବାନୀପାଟଣା ବାଇପାସ ରାସ୍ତାରେ ଭୟଙ୍କର ଦୁର୍ଘଟଣା। ବିଳମ୍ବିତ ରାତି ରାସ୍ତାରେ ଠିଆ ହୋଇଥିବା ହାଇଓ୍ବାକୁ ପଛରୁ ପିଟିଲା ଦ୍ରୁତଗାମୀ ବିଏମ୍ଡବ୍ଲୁ କାର୍। ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଚାଲିଗଲା ୨ ଜଣଙ୍କ ଜୀବନ। ମୃତକ ହରିୟାଣାର ବୋଲି ଜଣାପଡିଛି। ତେବେ ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରେ ପୁଲିସ ଓ ଅଗ୍ନିଶମ ଟିମ ପହଞ୍ଚି ଦୁଇ ଜଣଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ସୂଚନା ମିଳିଛି।

    ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଭବାନୀପାଟଣା ବାଇପାସରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି କ୍ଷ ରାସ୍ତାରେ ଠିଆ ହୋଇଥିବା ହାଇୱାକୁ ପଛକୁ ପିଟିଥିଲା ବିଏମ୍ଡବ୍ଲୁ କାର ଧକ୍କା। ଦୁର୍ଘଟଣା ଏତେ ଭୟଙ୍କର ଥିଲା କାରଟିର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଚୁର୍ମାର୍ ହୋଇଯାଇଥିଲା। ଚାଳକ ଓ ଅନ୍ୟ ଜଣେ କାର୍ରେ ଚାପି ହୋଇ ରହିଯାଇଥିଲେ। ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି କାରକୁ କାଟି ମୃତଦେହ ଉଦ୍ଧାର କରିଛନ୍ତି କ୍ଷ ଅନ୍ୟପଟେ ଭବାନୀପାଟଣା ସଦର ଥାନା ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି କ୍ଷ

    Maximum 500 characters

    ଘରକରଣ View all

    Find Us on Facebook