Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଓଲଟିଲା ବସ୍, ୭ ମୃତ

    Share on :
    ajab-Image
    Date: Aug 8, 2026    Views: 2807

    ନୂଆଦିଲ୍ଲୀ : ହିମାଚଳ ପ୍ରଦେଶର ଚମ୍ଵା ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା। ଶନିବାର ସକାଳେ ତୀସା-ବୈରାଗଡ଼ ରାସ୍ତାରେ ଚାଲୁଜ ବୁଲାଣି ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି। ସମସ୍ତ ମୃତାହତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସ୍‌ ରେ ୨୦ ରୁ ୨୫ ଜଣ ଯାତ୍ରୀ ଥିବା ସୂଚନା ମିଳିଛି।

    ପ୍ରାଥମିକ ତଦନ୍ତ ଅନୁଯାୟୀ, ଶର୍ମା ଟ୍ରାଭେଲ୍ସ ନାମକ ଏକ ବସ୍ ଶନିବାର ସକାଳ ସାଢେ ୬ଟା ବେଳେ ବୈରାଗଡ଼ ରୁ ଚମ୍ଵା ଅଭିମୁଖେ ଯାଉଥିଲା। ଯାତ୍ରା ଆରମ୍ଭ କରିବାର ୩ କିମି ପରେ ଚାଲୁଜ ମୋଡ଼ରେ ଅଚାନକ ଭାରସାମ୍ୟ ହରାଇ ବସଟି ଓଲଟି ପଡିଥିଲା। ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କାର୍ଯ୍ୟ କରାଯାଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନାହିଁ। ପୁଲିସ ଏହି ଘଟଣାର ତଦନ୍ତ ଚଳାଇଛି। ତଦନ୍ତ ପରେ ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୁଲିସ ଡିଜି କହିଛନ୍ତି।

    Maximum 500 characters

    ଦେଶ ବିଦେଶ View all

    Find Us on Facebook