Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା :୨ ମୃତ

    Share on :
    ajab-Image
    Date: Sep 19, 2023    Views: 2844

    କଳାହାଣ୍ଡି : କଳାହାଣ୍ଡି ଜୁନାଗଡ଼ ବଙ୍କାପଳା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଟୋ-ଟ୍ରକ ମୁହାଁମୁହିଁ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

    ଖବର ଅନୁଯାୟୀ, କଲମପୁର ପଟୁ ଆସୁଥିବା ଏକ ଟ୍ରକ ଅଟୋକୁ ସାମ୍ନା ପଟୁ ଧକ୍କା ଦେଇଥିଲା । ଯାହାଫଳରେ ଏହି ଅଟୋରେ ବସିଥିବା ୮ଜଣ ଯାତ୍ରୀ ଏବଂ ଡ୍ରାଇଭର ଗୁରୁତର ହୋଇଛନ୍ତି । ଏହାପରେ ସ୍ଥାନୀୟଲୋକେ ସେମାନଙ୍କୁ ଉଦ୍ଧାର କରି କଲମପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ସେମାନଙ୍କ ଅବସ୍ଥା ଗୁରୁତର ଥିବା କିଛି ଯାତ୍ରୀଙ୍କୁ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା । ହେଲେ ସେଠାରେ ଡାକ୍ତର ୨ ଜଣଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି । ବାକି ଗୁରୁତରମାନଙ୍କୁ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଜାରି ରହିଛି ।

    Maximum 500 characters

    ତାଜା ଖବର View all

    Find Us on Facebook