Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ବିଜେପି ରାଜ୍ୟ କାର୍ୟ୍ୟାଳୟରେ ଅମର ପଟ୍ଟନାୟକ

    Share on :
    ajab-Image
    Date: Nov 3, 2025    Views: 3811

    ଭୁବନେଶ୍ୱର: ବିଜେପି ରାଜ୍ୟ କାର୍ୟ୍ୟାଳୟରେ  ଅମର ପଟ୍ଟନାୟକ ।  ବିଜେଡିର ଆଇଟି ସେଲ୍ ମୁଖ୍ୟ ତଥା ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ ।   ଅମର ପଟ୍ଟନାୟକ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ହାତ ଛାଡ଼ି ଦେବେ ।  ଅମର ବିଜେଡି ଛାଡ଼ି ବିଜେପିରେ ସାମିଲ ହେବେ।  ବିଜେପି ରାଜ୍ୟ କାର୍ୟ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଅମର ଆଜି ପଦ୍ମ ଧରିବେ। ଆଉ କିଛି ସମୟ ପରେ ବିଧିବଦ୍ଧ ଭାବରେ ବିଜେପିରେ ମିଶିବେ ଅମର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ପ୍ରଭାରୀ ବିଜୟ ସିଂ ତୋମର ପ୍ରମୁଖଙ୍କ ଉପସ୍ଥିତିରେ ଅମର ପଟ୍ଟନାୟକ ଓ ନୂଆପଡ଼ା ନିର୍ବାଚନ ମଣ୍ଡଳୀର କେତେକ ପ୍ରମୁଖ ବିଜେଡି ନେତା ପଦ୍ମ ଧରିବେ  ।
    ଅମରଙ୍କ ସହ ଆଜି ଆଉ ଦୁଇ ବିଜେଡି ନେତା ବିଜେପିରେ ମଧ୍ୟ ସାମିଲ ହେବେ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ଲୁ ପ୍ରିଣ୍ଟ୍‌ ପ୍ରସ୍ତୁତ କରିସାରିଛନ୍ତି। ପୂର୍ବତନ ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା ଏବଂ ବିଜେଡିରୁ ବିତାଡ଼ିତ ଶ୍ରୀମୟୀ ମିଶ୍ର ବିଜେପିରେ ସାମିଲ ହେବେ। ରାଜ୍ୟସଭାରେ ଅମରଙ୍କ କାର୍ୟ୍ୟକାଳ ସରିଯାଇଛି। ସେ ଏବେ ଦଳର ଆଇଟି ସେଲ୍‌ କଥା ବୁଝୁଛନ୍ତି। ସେହିପରି ଶ୍ରମୀୟୀ ଦଳ ବିରୋଧୀ ମନ୍ତବ୍ୟ ଦେଇ ବାରମ୍ବାର ଚର୍ଚ୍ଚାକୁ ଆସିବା ପରେ ଦଳରୁ ବିତାଡ଼ିତ ହୋଇଛନ୍ତି।

    ସୂଚନାଯୋଗ୍ୟ, ପୂର୍ବତନ ଆକାଉଣ୍ଟାଣ୍ଟ୍‌ ଜେନେରାଲ୍‌ ଅମର ପଟ୍ଟନାୟକ ୨୦୧୮ ଅଗଷ୍ଟ ୨୯ ତାରିଖରେ ବିଜେଡିରେ ସାମିଲ ହୋଇଥିଲେ। ଏହାପରେ ଆଭିମୁଖ୍ୟ, ବାର୍ତ୍ତା ଓ ସରକାରଙ୍କ ବିଭିନ୍ନ କାର୍ୟ୍ୟକ୍ରମ ସଂପର୍କରେ ଲୋକମାନଙ୍କୁ ଠିକ୍ ଓ ତ୍ବରିତ ସୂଚନା ପ୍ରଦାନ କରିବା ପାଇଁ  ବିଜେଡି ଆଇଟି ସେଲ୍ ଗଠନ ହୋଇଥିଲା। ଏହାର ଅଧ୍ୟକ୍ଷ ଭାବେ ଦଳର ମୁଖପାତ୍ର ଅମର ପଟ୍ଟନାୟକଙ୍କୁ ବିଜେଡି ସଭାପତି ତଥା ତତକାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତି ଦେଇଥିଲେ। ସେହିପରି ଏହି ସେଲ୍‌ର ସଦସ୍ୟ ଭାବେ ଯୁବ ବିଜେଡି ସଭାପତି ଅମରେଶ ପତ୍ରୀ, ଛାତ୍ର ବିଜେଡି ସଭାପତି ରାଣାପ୍ରତାପ ପାତ୍ର, ମୁଖପାତ୍ର ସସ୍ମିତ ପାତ୍ର, ସୁଲୋଚନା ଦାସ, ମହିଳା ବିଜେଡି କାର୍ୟ୍ୟକାରୀ ସଭାପତି ଶ୍ରୀମୟୀ ‌ଶ୍ବେତା ସ୍ନିଗ୍ଧା ମିଶ୍ର ଏବଂ ପ୍ରସନଜିତ୍‌ ପତିଙ୍କୁ ଶ୍ରୀ ପଟ୍ଟନାୟକ ମନୋନୀତ କରିଥିଲେ।

     ୨୦୧୯ରେ ବିଜୁ ଜନତା ଦଳ ପକ୍ଷରୁ ଦଳର ସୂଚନା ପ୍ରଯୁକ୍ତି ବିଦ୍ୟା (ଆଇଟି) ସେଲ୍‌ର ମୁଖ୍ୟ ତଥା ପୂର୍ବତନ ଆକାଉଣ୍ଟାଣ୍ଟ୍‌ ଜେନେରାଲ୍‌ ଅମର ପଟ୍ଟନାୟକ ଏବଂ ମୁଖପାତ୍ର ସସ୍ମିତ ପାତ୍ରଙ୍କ ନାମ ଦଳର ପ୍ରାର୍ଥୀ ଭାବେ ଘୋଷଣା କରାଯାଇଥିଲା। ୨୦୧୯ରେ ରାଜ୍ୟସଭାକୁ ସେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ।

     

    Maximum 500 characters

    ତାଜା ଖବର View all

    Find Us on Facebook