Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ପଦ୍ମ ଧରିଲେ ଅମର ପଟ୍ଟନାୟକ

    Share on :
    ajab-Image
    Date: Nov 3, 2025    Views: 3847

    ଭୁବନେଶ୍ୱର: ରାଜ୍ୟ ରାଜନୀତିରେ ନୂଆ ମୋଡ଼।   ବିଜେଡି ଛାଡ଼ି ବିଜେପି ଯୋଗ ଦେଲେ ପୂର୍ବତନ ରାଜ୍ୟସଭା ସାଂସଦ ତଥା ବରିଷ୍ଠ ନେତା ଅମର ପଟ୍ଟନାୟକ। ବିଜେପି କାର୍ୟ୍ୟାଳୟକୁ ଆସି ବିଧିବଦ୍ଧ ଭାବେ ସାମିଲ୍‌ ହେଲେ ଅମର ପଟ୍ଟନାୟକ। ନୂଆପଡ଼ା ଉପନିର୍ବାଚନକୁ ଆଉ କିଛି ଦିନ ବାକି ରହିଥିବା ବେଳେ ଅମର ପଟ୍ଟନାୟକ ବିଜେପିରେ ସାମିଲ ହୋଇଛନ୍ତି ।  ମିଶ୍ରଣ ସଭାରେ ରାଜ୍ୟ ସଭାପତି ମନମୋହନ ସାମଲ, ପ୍ରଭାରୀ  ବିଜୟ ପାଲ ସିଂ ତୋମାର​​​​​​​ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ଥିଲେ। ଏହି ମିଶ୍ରଣ ପର୍ବ ଉତ୍ସବରେ ଅମର ପଟ୍ଟନାୟକଙ୍କ ଅନେକ ସହଯୋଗ ଏବଂ ବିଜେପି ବରିଷ୍ଠ ନେତା ଓ କର୍ମୀ ମଧ୍ୟ ଉପସ୍ଥିତ ଥିଲେ।

    ଗୋଟେପଟେ ନବୀନ ନୂଆପଡ଼ା ନିର୍ବାଚନୀ ପ୍ରଚାରରେ ସାମିଲ ହୋଇଛନ୍ତି । ଅନ୍ୟପଟେ ଦଳର ବରିଷ୍ଠ ନେତା ବିଜେପିରେ ମିଶିବା ଦଳର ସଂଗଠନକୁ ଭାଙ୍ଗିଛି । ଅମରଙ୍କ ସହ ନୂଆପଡ଼ାର କିଛି ବିଜେଡି ନେତା ମଧ୍ୟ ମିଶ୍ରଣ ପର୍ବରେ ସାମିଲ ହୋଇଛନ୍ତି । ୨୪ ନିର୍ବାଚନରେ ବିଜେଡି ହାରିବା ପରେ ଅନେକ ବରିଷ୍ଠ ନେତା ଦଳ ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି । ପୂର୍ବରୁ ୨ ରାଜ୍ୟସଭା ସାଂସଦ ସୁଜିତ କୁମାର ଓ ମମତା ମହାନ୍ତ ବିଜେପିରେ ମିଶିଥିଲେ ।

    ବିଜେପିର କାର୍ୟ୍ୟଶୈଳୀ ଓ ଓଡ଼ିଶାରେ ବିକାଶ ଧାରାରେ ଦଳର ଭୂମିକା ନେଇ ଉତ୍ସାହିତ ହୋଇ ସେ ବିଜେପିରେ ସାମିଲ ହୋଇଥିବା କହିଛନ୍ତି ଅମର ପଟ୍ଟନାୟକ। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୋତେ ଯେଉଁ କାର୍ୟ୍ୟରେ ନିୟୋଜିତ କରାଇବେ ମୁଁ ସେହି ରାଷ୍ଟ୍ର ନିର୍ମାଣରେ ଯୋଗଦାନ କରିବି କହିଛନ୍ତି ଅମର ପଟ୍ଟନାୟକ।  ନୂଆପଡ଼ାରେ ନବୀନ ପଟ୍ଟନାୟକ ନିର୍ବାଚନ ପ୍ରଚାରରେ ଯୋଗ ଦେଉଥିବା ବେଳେ ଅମର ପଟ୍ଟନାୟକ ବିଜେପିରେ ସାମିଲ ହେବା ଘଟଣା ବିଜେଡିକୁ ଅଡ଼ୁଆରେ ପକାଇଛି।

    ସୂଚନାଯୋଗ୍ୟ, ପୂର୍ବତନ ଆକାଉଣ୍ଟାଣ୍ଟ୍‌ ଜେନେରାଲ୍‌ ଅମର ପଟ୍ଟନାୟକ ୨୦୧୮ ଅଗଷ୍ଟ ୨୯ ତାରିଖରେ ବିଜେଡିରେ ସାମିଲ ହୋଇଥିଲେ। ଏହାପରେ ଆଭିମୁଖ୍ୟ, ବାର୍ତ୍ତା ଓ ସରକାରଙ୍କ ବିଭିନ୍ନ କାର୍ୟ୍ୟକ୍ରମ ସଂପର୍କରେ ଲୋକମାନଙ୍କୁ ଠିକ୍ ଓ ତ୍ବରିତ ସୂଚନା ପ୍ରଦାନ କରିବା ପାଇଁ  ବିଜେଡି ଆଇଟି ସେଲ୍ ଗଠନ ହୋଇଥିଲା। ଏହାର ଅଧ୍ୟକ୍ଷ ଭାବେ ଦଳର ମୁଖପାତ୍ର ଅମର ପଟ୍ଟନାୟକଙ୍କୁ ବିଜେଡି ସଭାପତି ତଥା ତତକାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତି ଦେଇଥିଲେ। ସେହିପରି ଏହି ସେଲ୍‌ର ସଦସ୍ୟ ଭାବେ ଯୁବ ବିଜେଡି ସଭାପତି ଅମରେଶ ପତ୍ରୀ, ଛାତ୍ର ବିଜେଡି ସଭାପତି ରାଣାପ୍ରତାପ ପାତ୍ର, ମୁଖପାତ୍ର ସସ୍ମିତ ପାତ୍ର, ସୁଲୋଚନା ଦାସ, ମହିଳା ବିଜେଡି କାର୍ୟ୍ୟକାରୀ ସଭାପତି ଶ୍ରୀମୟୀ ‌ଶ୍ବେତା ସ୍ନିଗ୍ଧା ମିଶ୍ର ଏବଂ ପ୍ରସନଜିତ୍‌ ପତିଙ୍କୁ ଶ୍ରୀ ପଟ୍ଟନାୟକ ମନୋନୀତ କରିଥିଲେ।

     ୨୦୧୯ରେ ବିଜୁ ଜନତା ଦଳ ପକ୍ଷରୁ ଦଳର ସୂଚନା ପ୍ରଯୁକ୍ତି ବିଦ୍ୟା (ଆଇଟି) ସେଲ୍‌ର ମୁଖ୍ୟ ତଥା ପୂର୍ବତନ ଆକାଉଣ୍ଟାଣ୍ଟ୍‌ ଜେନେରାଲ୍‌ ଅମର ପଟ୍ଟନାୟକ ଏବଂ ମୁଖପାତ୍ର ସସ୍ମିତ ପାତ୍ରଙ୍କ ନାମ ଦଳର ପ୍ରାର୍ଥୀ ଭାବେ ଘୋଷଣା କରାଯାଇଥିଲା। ୨୦୧୯ରେ ରାଜ୍ୟସଭାକୁ ସେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ।

    Maximum 500 characters

    ତାଜା ଖବର View all

    Find Us on Facebook