Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ଅମିତ ଶାହ

    Share on :
    ajab-Image
    Date: Aug 6, 2022    Views: 3323

    ଭୁବନେଶ୍ୱର:  ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଏହି ସମୟରେ ସେ ଦଳୀୟ କାର୍ୟ୍ୟକ୍ରମରେ ଯୋଗ ଦେବା ସହ ଅନ୍ୟ କାର୍ୟ୍ୟକ୍ରମରେ ବି ସାମିଲ ହେବେ । ଶାହଙ୍କ ଗସ୍ତ ନେଇ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ସୂଚନା ଦେଇଛନ୍ତି।
    ଏନେଇ ବିଜେପି ରାଜ୍ୟ ସଭାପତି ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ଆସନ୍ତାକାଲି ସନ୍ଧ୍ୟାରେ ଗୃହମନ୍ତ୍ରୀ ଅମିତ ଶାହ ଭୁବନେଶ୍ୱରରେ ପହଞ୍ଚି ରାତ୍ରି ଯାପନ କରିବେ।  ୮ ତାରିଖ  ଶ୍ରାବଣ ମାସ ଶେଷ ସୋମବାର ହୋଇଥିବାରୁ ସକାଳୁ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବେ । ଅମୃତ ମହୋତ୍ସବ ଅବସରରେ ନେତାଜୀଙ୍କ ଜନ୍ମସ୍ଥାନ କଟକ ଯାଇ ତାଙ୍କ ଜନ୍ମପୀଠ ବୁଲିବେ। ସେଠାରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏହାପରେ ପ୍ରଜାତନ୍ତ୍ରର ୭୫ ବର୍ଷ ପାଳନ ଅବସରରେ କଟକ ଇନଡୋର ଷ୍ଟାଡିୟମରେ ଆୟୋଜିତ କାର୍ୟ୍ୟକ୍ରମରେ ଯୋଗ ଦେବେ ।
    ସେଠାରୁ ଭୁବନେଶ୍ୱର ଫେରି ବିଜେପି ରାଜ୍ୟ କାର୍ୟ୍ୟାଳୟରେ ପହଞ୍ଚି ଦଳୀୟ କାର୍ୟ୍ୟକ୍ରମରେ ଯୋଗ ଦେବେ। ଏହାପରେ ଅପରାହ୍ନ ୫ଟାରେ ମୋଦି@୨୦ ଡିଜିଟାଲ ଇଣ୍ଡିଆର ଉନ୍ମୋଚନ କରିବେ।  ଅପରାହ୍ନ ୬ଟା୧୫ରେ ଭୁବନେଶ୍ୱର ଛାଡ଼ିବେ ଶାହ।

    Maximum 500 characters

    ତାଜା ଖବର View all

    Find Us on Facebook