Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଥାନାରେ ଜଗବନ୍ଧୁ ଚାନ୍ଦ ଅଟକ

    Share on :
    ajab-Image
    Date: Sep 3, 2025    Views: 3365

    ଭୁବନେଶ୍ବର:ଅର୍ଚ୍ଚନା ନାଗଙ୍କ ସ୍ଵାମୀ ଜଗବନ୍ଧୁ ଚାନ୍ଦ ଥାନାରେ ଅଟକ ରହିଛନ୍ତି। ଜଗବନ୍ଧୁଙ୍କୁ ମଞ୍ଚେଶ୍ୱର ଥାନା ପୁଲିସ ଅଟକ ରଖିଥିବା ସୂଚନା ମିଳିଛି। ରାତି ଅଧରେ ଘରେ ପଶି ମାରଣାସ୍ତ୍ରରେ ଅର୍ଚ୍ଚନା ଓ ତାଙ୍କ ପୁଅଙ୍କୁ ଆକ୍ରମଣ ସହ ଜୀବନରୁ ମାରିବାକୁ ଉଦ୍ୟମ କରିଥିବା ନେଇ ଥାନାରେ ଅର୍ଚ୍ଚନା ଅଭିଯୋଗ କରିଛନ୍ତି।
    ତାଙ୍କ ନିକଟରୁ ଏକ ଛୁରୀ ମଧ୍ୟ ଜବତ ହୋଇଥିବା ଜଣାପଡିଛି। ସୂଚନା ଥାଉକି  ଅର୍ଚ୍ଚନା ଓ ଜଗବନ୍ଧୁଙ୍କ ମଧ୍ୟରେ ଏବେ ଛାଡପତ୍ର ମାମଲା ଚାଲିଥିବା ବେଳେ ଉଭୟ ଅଲଗା ଅଲଗା ରହୁଛନ୍ତି। ରାତିରେ ଜୋରଜବରଦସ୍ତ ଘରେ ପଶିବାକୁ ଚେଷ୍ଟା କରୁଥିଲେ ସ୍ବାମୀ। ସେହି ସମୟରେ ଅର୍ଚ୍ଚନା ତାଙ୍କୁ ଏଠାକୁ କାହିିଁକି ଆସିଲ ବୋଲି ପଚାରିଥିଲେ। ଏପିରିକି ପିସିଆର୍‌କୁ ଡାକିବାକୁ ଧମକ ଦେଇଥିଲେ। ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

    Maximum 500 characters

    ତାଜା ଖବର View all

    Find Us on Facebook