Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ନବୀନ ନିବାସରେ ଅରୁଣ ପଟ୍ଟନାୟକ

    Share on :
    ajab-Image
    Date: Jun 8, 2024    Views: 3243

    ଭୁବନେଶ୍ୱର:  ବିଜେଡିର ନିର୍ବାଚନୀ ବିପର୍ୟ୍ୟୟ ପରେ  ଓଡ଼ିଶା ଆସିଛନ୍ତି ବିଜୁ ପଟ୍ଟନାୟକଙ୍କ ନାତି ଅରୁଣ ପଟ୍ଟନାୟକ । ବିଜେଡିର ବିପର୍ୟ୍ୟୟ ପାଇଁ ଭିକେ ପାଣ୍ଡିଆନ ଓ ତାଙ୍କ ଟିମକୁ ଦାୟୀ କରାଯାଉଥିବାବେଳେ ଅରୁଣଙ୍କ ଅଚାନକ ଭୁବନେଶ୍ୱର ଆଗମନ ବିଜେଡି ରାଜନୀତିକୁ ଉଷ୍ମ କରିଦେଇଛି । ନବୀନଙ୍କ ଉତ୍ତରାଧିକାରୀ ହୋଇ ଅରୁଣ ବିଜେଡିର ନେତୃତ୍ୱ ନେବେ ନା ନବୀନଙ୍କୁ ସାନ୍ତ୍ୱନା ଦେଇ ପୁଣିଥରେ ଦିଲ୍ଲୀ ଫେରିଯିବେ ତାକୁ ନେଇ କଳ୍ପନାଜଳ୍ପନା ଲାଗି ରହିଛି ।
    ସୂଚନା ଅନୁସାରେ, ନବୀନଙ୍କ ବଡ଼ଭାଇ ପ୍ରେମ ପଟ୍ଟନାୟକଙ୍କ ପୁଅ ଅରୁଣ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଂଚିଛନ୍ତି । ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ସହ ସେ ଦିଲ୍ଲୀରୁ ଆସି ସିଧାସଳଖ ନବୀନ ନିବାସ ଯାଇଥିଲେ । ବିମାନ ବନ୍ଦରରେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବପ୍ରକାଶ ଦାସ(ବବି) ଉଭୟ ଅରୁଣ ଓ ପାଣ୍ଡିଆନଙ୍କୁ ରିସିଭ୍ କରିଥିଲେ । ସମସ୍ତେ ନବୀନ ନିବାସରେ କିଛି ସମୟ ବିତାଇବା ପରେ ପାଣ୍ଡିଆନ ଓ ବବି ନିଜ ନିଜ ଘରକୁ ଫେରିଛନ୍ତି । ନବୀନ ନିବାସରେ ନବୀନଙ୍କ ସହ ଅରୁଣ ରହିଥିବା ଜଣାପଡ଼ିଛି ।

    Maximum 500 characters

    ରାଜନୀତି View all

    Find Us on Facebook