Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଶୀତକାଳୀନ ଅଧିବେଶନ :ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି

    Share on :
    ajab-Image
    Date: Nov 24, 2022    Views: 3501

    ଭୁବନେଶ୍ୱର : ବିଧାନସଭା ଶୀତକାଳୀନ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ବିଧାନସଭା ପରିସରରେ ବାଚସ୍ପତିଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିବା ବେଳେ ଗୃହକାର୍ୟ୍ୟ ଆରମ୍ଭରେ ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ଗୃହ କାର୍ୟ୍ୟ ପ୍ରାରମ୍ଭର ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଆଗତ ହୋଇଛି ଶୋକ ପ୍ରସ୍ତାବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଛନ୍ତି । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଓ ସିପିଆଇ(ଏମ) ନେତା ଲକ୍ଷଣ ମୁଣ୍ଡା ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବକୁ ସମର୍ଥନ କରିଛନ୍ତି ।

    ତେବେ ପୂର୍ବତନ ମନ୍ତ୍ରୀ ତଥା ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହା, ବିରୋଧୀ ଦଳର ଉପନେତା ବିଷ୍ଣୁ ଚରଣ ସେଠୀ, ପୂର୍ବତନ ମନ୍ତ୍ରୀ ଗୋଲକ ବିହାରୀ ନାୟକ ଏବଂ ଅନ୍ୟ ତିନି ସଦସ୍ୟଙ୍କ ଉଦ୍ଧେଶ୍ୟରେ ଶୋକ ପ୍ରସ୍ତାବ ପାରିତ ହୋଇଛି । ସେହିପରି ପୂର୍ବତନ ବିଧାୟକ କପିଳ ନାରାୟଣ ତିୱାରୀ, ଗୋପନାରାୟଣ ଦାସ ଓ ଆଦିକନ୍ଦ ସେଠୀଙ୍କ ବିୟୋଗରେ ମଧ୍ୟ ଶୋକ ପ୍ରସ୍ତାବ ଆଗତ ହୋଇଛି । ସ୍ବର୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ୧ ମିନିଟର ନିରବ ପ୍ରାର୍ଥନା କରାଯାଇଛି ।  ଦିବଂଗତ ନେତା ମାନଙ୍କ ଅମର ଆତ୍ମାର ସଦଗତି ପାଇଁ ଗୃହରେ ନିରବ ପ୍ରାର୍ଥନା କରାଯାଇଛି ।ଗୃହ ପକ୍ଷରୁ ସ୍ବର୍ଗତ ସଦସ୍ୟଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣା ଯାଇଛି ।

    Maximum 500 characters

    ତାଜା ଖବର View all

    Find Us on Facebook