Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଗୃହ କାର୍ୟ୍ୟ ୫ଟା ଯାଏଁ ମୁଲତବୀ

    Share on :
    ajab-Image
    Date: Nov 24, 2022    Views: 3815

    ଭୁବନେଶ୍ୱର : ବିଧାନସଭା ଶୀତକାଳୀନ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ଗୃହ କାର୍ୟ୍ୟ ପ୍ରାରମ୍ଭର ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଆଗତ ହୋଇଛି ଶୋକ ପ୍ରସ୍ତାବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଥିଲେ । । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଓ ସିପିଆଇ(ଏମ) ନେତା ଲକ୍ଷଣ ମୁଣ୍ଡା ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବକୁ ସମର୍ଥନ କରିଥିଲେ । ।

    ତେବେ ପୂର୍ବତନ ମନ୍ତ୍ରୀ ତଥା ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହା, ବିରୋଧୀ ଦଳର ଉପନେତା ବିଷ୍ଣୁ ଚରଣ ସେଠୀ, ପୂର୍ବତନ ମନ୍ତ୍ରୀ ଗୋଲକ ବିହାରୀ ନାୟକ ଏବଂ ଅନ୍ୟ ତିନି ସଦସ୍ୟଙ୍କ ଉଦ୍ଧେଶ୍ୟରେ ଶୋକ ପ୍ରସ୍ତାବ ପାରିତ ହୋଇଛି । ସେହିପରି ପୂର୍ବତନ ବିଧାୟକ କପିଳ ନାରାୟଣ ତିୱାରୀ, ଗୋପନାରାୟଣ ଦାସ ଓ ଆଦିକନ୍ଦ ସେଠୀଙ୍କ ବିୟୋଗରେ ମଧ୍ୟ ଶୋକ ପ୍ରସ୍ତାବ ଆଗତ ହୋଇଛି । ସ୍ବର୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ୧ ମିନିଟର ନିରବ ପ୍ରାର୍ଥନା କରାଯାଇଛି । ଗୃହ ପକ୍ଷରୁ ସ୍ବର୍ଗତ ସଦସ୍ୟଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣା ଯାଇଛି । ଏହାପରେ ଗୃହ କାର୍ୟ୍ୟ ସନ୍ଧ୍ୟା ୫ଟା ଯାଏଁ ମୁଲତବୀ ଘୋଷଣା କରାଯାଇଛି ।

    Maximum 500 characters

    ତାଜା ଖବର View all

    Find Us on Facebook