Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି

    Share on :
    ajab-Image
    Date: Oct 3, 2023    Views: 3207

    ଭୁବନେଶ୍ୱର: ବିଧାନସଭା ଠିକରେ ଚାଲିପାରୁନି । ବିରୋଧୀ ବିଧାୟକଙ୍କ ହଟ୍ଟଗୋଳ କାରଣରୁ ବିଧାନସଭାକୁ ଦିନ ୪ଟା ପର୍ୟ୍ୟନ୍ତ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି । ବିଜେପି ବିଧାୟକଙ୍କ ଜୋରଦାର ହଟ୍ଟଗୋଳ ଓ ପୋଡିୟମ ନିକଟକୁ ଯାଇ ନାରାବାଜୀ କାରଣରୁ ବିଧାନସଭାକୁ ମୁଲତବି ରଖାଯାଇଛି ।
    ବିଜେପି ବିଧାୟକମାନେ ବାଚସ୍ପତିଙ୍କ ପୋଡିୟମ ନିକଟକୁ ଯାଇ ମୁଖ୍ୟମନ୍ତ୍ରୀ ବିବୃତିରୁ ଜନବିରୋଧୀ ଶବ୍ଦକୁ ବାଦ ଦେବାକୁ ଦାବି କରିଥିଲେ । ଏହାସହ ବାଚସ୍ପତିଙ୍କୁ ଡାଲି ଫୋପାଡିବା ଘଟଣାରେ ନିଲମ୍ବିତ ହୋଇଥିବା ବିଜେପିର ୨ଜଣ ବିଧାୟକଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର କରିବାକୁ ବିଜେପି ବିଧାୟକମାନେ ଦାବି କରିଛନ୍ତି । ବିଜେପି ବିଧାୟକଙ୍କ ହଟ୍ଟଗୋଳ ଯୋଗୁ ଗୃହକୁ ଅପରାହ୍ନ ୪ଟା ପର୍ୟ୍ୟନ୍ତ ମୁଲତବି ରଖିଛନ୍ତି ବାଚସ୍ପତି ।

    Maximum 500 characters

    ତାଜା ଖବର View all

    Find Us on Facebook