Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ଅଯୋଗ୍ୟ ରାସନ କାର୍ଡ ହିତାଧିକାରୀ: ଯୋଗାଣମନ୍ତ୍ରୀ

    Share on :
    ajab-Image
    Date: Dec 3, 2025    Views: 2724

    ଭୁବନେଶ୍ୱର: ଡିସେମ୍ବର ୩୧ ପର୍ୟ୍ୟନ୍ତ ଜାରି ରହିବ ଇ-କେୱାଇସି ପ୍ରକ୍ରିୟା । ରାସନ କାର୍ଡ ଇ-କେୱାଇସି କରାଇ ନାହାନ୍ତି କି ? ତାହେଲେ ଶୀଘ୍ର କରାଇ ଦିଅନ୍ତୁ । ରାଜ୍ୟର ଅନେକ ଯୋଗ୍ୟ ହିତାଧିକାରୀ ରାସନ କାର୍ଡ କେୱାଇସି କରି ନଥିବାରୁ ପୁଣିଥରେ ସୁଯୋଗ ଦେଇଛନ୍ତି ରାଜ୍ୟ ସରକାର । ସେପଟେ ଇ-କେୱାଇସି ପ୍ରକ୍ରିୟା ଓ କ୍ଷେତ୍ର ତର୍ଜମା ସମୟରେ ୬ ଲକ୍ଷ ୮୩ ହଜାର ୯୯୫ ଜଣ ମୃତ ବ୍ୟକ୍ତି ଯେଉଁମାନଙ୍କ ନାମରେ ରାସନ କାର୍ଡ ରହିଛି ତାହା ଚିହ୍ନଟ ହୋଇଛନ୍ତି । ସେହିପରି ୩୩ ହାଜର ୧୨୮ ଅଯୋଗ୍ୟ ରାସନ କାର୍ଡ ହିତାଧିକାରୀଙ୍କୁ ବାତିଲ କରାଯାଇଛି । ଯାହାର ପରିବାର ସଦସ୍ୟଙ୍କ ସଂଖ୍ୟା ହେଉଛି ୧ ଲକ୍ଷ ୨୦ ହଜାର ୧୯୯ ।

    ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରେ ୪ ହଜାର ୭୪୭ ଗୋଟି ଅଯୋଗ୍ୟ ରାସନ କାର୍ଡ ହିତାଧିକାରୀ ଧରାପଡ଼ିଛନ୍ତି । ସେହିପରି ଦ୍ୱିତୀୟରେ କଟକରୁ ୨୯୦୫ ଗୋଟି ଅଯୋଗ୍ୟ କାର୍ଡ ହିତାଧିକାରୀ ଧରା ପଡିଛନ୍ତି । ତୃତୀୟରେ ରହିଛି ସୁନ୍ଦରଗଡ଼ ଜିଲ୍ଲା ଯେଉଁଠି ୨୩୫୭ ଗୋଟି ଅଯୋଗ୍ୟ ରାସନ କାର୍ଡ ହିତାଧିକାରୀ ଧରାପଡ଼ିଛନ୍ତି । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଅନ୍ୟ ଏକ ଲିଖିତ ଉତ୍ତରରେ ଯୋଗାଣ ମନ୍ତ୍ରୀ କହିଛନ୍ତି, ଜୁନ୍ ୨୦୨୪ ଠାରୁ ରାସନ କାର୍ଡ଼ ପାଇଁ ମୋଟ ୧୫ ଲକ୍ଷ ୩୩ ହଜାର ୧୫୩ ଗୋଟି ଆବେଦନ ହସ୍ତଗତ ହୋଇଛି । ସେଥିମଧ୍ୟରୁ ୩ ଲକ୍ଷ ୨୩ ହଜାର ୧୪୫ ଗୋଟି ଆବେଦନ ଯାହାର ପରିବାର ସଦସ୍ୟ ସଂଖ୍ୟା ୬ ଲକ୍ଷ ୩୯ ହଜାର ୮୨୭ ଗୁଡିକ କ୍ଷେତ୍ର ତର୍ଜମା ପରେ ଯୋଗ୍ୟ ବିବେଚିତ ହୋଇ ଖାଦ୍ୟ ସୁରକ୍ଷା ଯୋଜନାରେ ନୂତନ ଭାବରେ ଅନ୍ତର୍ଭୁକ୍ତ ହୋଇଛି । 
    ସେହିଭଳି ୭ ଲକ୍ଷ ୩୭ ହଜାର ୫୩୦ ଗୋଟି ଆବେଦନ ଗୁଡ଼ିକୁ, 'ଓଡ଼ିଶା ରାଜ୍ୟ ଖାଦ୍ୟ ସୁରକ୍ଷା ଲକ୍ଷ୍ୟଭିଭିକ ସାଧାରଣ ବଣ୍ଟନ ବ୍ୟବସ୍ଥା ନିୟମ ୨୦୨୦′ ର ବାଦ ଦେବା ମାନଦଣ୍ଡ ଭିଭିରେ, ଅଗ୍ରାହ୍ୟ କରାଯାଇଛି । ବଳକା ଥିବା ଏବଂ ସଦ୍ୟ ହସ୍ତଗତ ହେଉଥିବା ୪ ଲକ୍ଷ ୭୨ ହଜାର ୪୭୮ ଗୋଟି ଆବେଦନ ଗୁଡ଼ିକର, ବ୍ଲକ ଏବଂ ପୌରାଞ୍ଚଳ ସ୍ତରରେ କ୍ଷେତ୍ର ତର୍ଜମା ଚାଲିଛି । ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅଧୀନରେ ଥିବା ରାଜ୍ୟର ସମସ୍ତ ପିଡିଏସ ହିତାଧିକାରୀ ଇକେୱାଇସି କରାଇପାରିବେ ।

    ହିତାଧିକାରୀଙ୍କ ଆଧାର ଭିତ୍ତିକ ଇ-କେୱାଇସି ପ୍ରକ୍ରିୟା ଜାରି ରହିଥିବା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସୂଚନା ଦେଇଛି । ଏ ପର୍ୟ୍ୟନ୍ତ କୌଣସି କାରଣରୁ ଇ-କେୱାଇସି କରାଇ ପାରିନଥିବା ହିତାଧିକାରୀ ମାନେ ଡିସେମ୍ବର ଶେଷ ସୁଦ୍ଧା ନିକଟସ୍ଥ ଖାଉଟି ସୁଲଭ ମୂଲ୍ୟ ଦୋକାନ ବା ରାସନ କାର୍ଡ ପରିଚାଳନା କେନ୍ଦ୍ରକୁ ଯାଇ ନିଜ ଆଧାର ଯୁକ୍ତ ଇ-କେୱାଇସି କରାଇ ପାରିବେ । ଏ ସମ୍ପର୍କରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook