ମୁଖ୍ୟ ଖବର
ଭୁବନେଶ୍ୱର: ବିଧାନସଭାରେ ମାଲକାନଗିରି ତାତି , ଶୂନ୍ୟକାଳରେ ମାଲକାନଗିରି ନିଆଁ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଲେ ବିରୋଧୀ । ଗୃହରେ ମାଲକାନାଗିରି ହିଂସା ପ୍ରସଙ୍ଗ ଉଠାଇ ସରକାର ଉପରେ ବର୍ଷିଛନ୍ତି ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । କହିଛନ୍ତି ଏବେ ମାଲକାନଗିରି ଜଳୁଛି, ଆଗକୁ ଆଉ ଏକ କନ୍ଧମାଳ ହେବାକୁ ଯାଉଛି । ଅନକେ ଘର ପୋଡ଼ି ଦିଆଗଲାଣି, ଜୀବନ ଗଲାଣି । ହେଲେ ଆମେ ଏଠି ବସି କାର୍ୟ୍ୟକ୍ରମ କରୁଛେ । ଲୋକ କଣ କହିବେ ବୋଲି ପ୍ରଶ୍ନ କରିଛନ୍ତି ରାଜା ସ୍ୱାଇଁ । ରାଜ୍ୟର ଗୋଟିଏ ଅଂଶ ଜଳୁଥିବା ବେଳେ ଆମେ ଏଠି ନିୟମ ତିଆରି କରୁଛେ ଏହା କେତେ ଠିକ୍ ବୋଲି ପ୍ରଶ୍ନ ଉଠାଇଛନ୍ତି ।
ମୁଖ୍ୟମନ୍ତ୍ରୀ ଗୃହକୁ ଆସୁ ନାହାନ୍ତି କି ଏହି ପ୍ରସଙ୍ଗରେ ମୁହଁ ଖୋଲୁନାହାନ୍ତି । ଯେମିତି ମଣିପୁର ଜଳୁଥିଲା, ସେମିତି ଏବେ ମାଲକାନଗିରି ଜଳୁଛି । ବେଙ୍ଗଲି କହୁଥିବା ଲୋକ ସମସ୍ତେ ବାଂଲାଦେଶୀ ନୁହଁନ୍ତି । କିନ୍ତୁ ରାଜ୍ୟରେ ସେଭଳି ବାତାବରଣ ତିଆରି କରାଯାଉଛି ବୋଲି ସରକାରଙ୍କୁ ଦୋଷ ଦେଇଛନ୍ତି ରାଜା ସ୍ୱାଇଁ । ଏଥିସହ ମୁଖ୍ୟମନ୍ତ୍ରୀ ଗୃହରେ ବିବୃତ୍ତି ଦେବାକୁ ବାଚସ୍ପତି ନିର୍ଦ୍ଦେଶ ଦିଅନ୍ତୁ ଏବଂ ତୁରନ୍ତ ହାଉସ କମିଟି ଗଠନ କରି ମାଲକାନଗିରି ପଠାଯାଉ ବୋଲି ଦାବି କରିଛନ୍ତି ବିଜେଡି ବିଧାୟକ ।
Comments ସମସ୍ତ ମତାମତ