Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଖେଳ ଖବର

ମୁଖ୍ୟ ଖବର

    ବାରବାଟୀ ଟି-୨୦, ୯ ତାରିଖ ସକାଳ ୯ଟାରୁ ଅଫଲାଇନରେ ମିଳିବ ଟିକେଟ୍

    Share on :
    ajab-Image
    Date: Jun 6, 2022    Views: 3563

    କଟକ: ବାରବାଟୀ  ଟି-୨୦ ମ୍ୟାଚ ପାଇଁ ୯ରୁ ଅଫଲାଇନ୍ ଟିକେଟ୍ ବିକ୍ରି ଆରମ୍ଭ ହେବ । ସାଧାରଣ ଦର୍ଶକଙ୍କ ପାଇଁ କାଉଣ୍ଟରରେ ମିଳିବ ୧୨ ହଜାର ଟିକେଟ୍ ।  ଏଥିପାଇଁ ଷ୍ଟାଡିୟମ ପରିସରରେ ୨ଟି କାଉଣ୍ଟର ସହ ଅସ୍ଥାୟୀ ଭାବେ ୫ଟି କାଉଣ୍ଟର କରିବାକୁ ନିଷ୍ପତ୍ତି ନେଇଛି ଓସିଏ । ପ୍ରତି ଦର୍ଶକଙ୍କୁ ସର୍ବାଧିକ ୨ଟି ଟିକେଟ୍ ମିଳିବ । ନିଜର ଫଟୋ ପରିଚୟପତ୍ର ଦେଖାଇ ଟିକେଟ୍ କିଣିବେ ଦର୍ଶକ ।

    ୯ ତାରିଖ ଦିନ ସକାଳ ୯ଟାରୁ ଆରମ୍ଭ ହେବ ଟିକେଟ୍ ବିକ୍ରି । ଷ୍ଟାଡିୟମରେ ୪୪ ହଜାର ୨୩୪ ଜଣ ଦର୍ଶକ ଏଥର ମ୍ୟାଚ ଦେଖିବେ । ଗ୍ୟାଲେରି ନମ୍ବର ୧, ୩ ଓ ୫ ପାଇଁ ଟିକେଟ ଦର ୯ ଶହ ଟଙ୍କା ରଖାଯାଇଥିବା ବେଳେ, ଗ୍ୟାଲେରି ନମ୍ବର ୨ ଓ ୪ ପାଇଁ ୭ ଶହ ଟଙ୍କା, ୭ ନମ୍ବର ଗ୍ୟାଲେରି ଦର ୬ ଶହ ଟଙ୍କା, କେବଳ ଖେଳାଳିଙ୍କ ପାଇଁ ଉଦ୍ଦିଷ୍ଟ ୬ ନମ୍ବର ଗ୍ୟାଲେରି ଦର ୩ ଶହ ଟଙ୍କା, ସ୍ପେଶାଲ ଏନକ୍ଲୋଜର ପାଇଁ ୫ ହଜାର ଟଙ୍କା, ଇଉ ବକ୍ସ ପାଇଁ ୭ ହଜାର ଟଙ୍କା, ନ୍ୟୁ ପାଭିଲିଅନ ପାଇଁ ୮ ହଜାର ଟଙ୍କା ଓ କର୍ପୋରେଟ ବକ୍ସ ପାଇଁ ୧୨ ହଜାର ଟଙ୍କା ଦର ଧାର୍ୟ୍ୟ କରାଯାଇଛି । ଟିକେଟ ବିକ୍ରି ସମୟରେ ଶୃଙ୍ଖଳା ରକ୍ଷା କରିବାକୁ ୧୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ । ସେପଟେ ଟିକେଟ କଳାବଜାରୀ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ନିଆଯାଇଥିବାବେଳେ ପୂର୍ବଦିନ ରାତିରୁ କାଉଣ୍ଟର ଆଗରେ ଭିଡ଼ ନ ଜମାଇବାକୁ ପରାମର୍ଶ ଦେଇଛନ୍ତି ଡିସିପି ।

    Maximum 500 characters

    ଖେଳ ଖବର View all

    Find Us on Facebook