Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

    Share on :
    ajab-Image
    Date: Dec 15, 2025    Views: 3488

    ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି କରିବାକୁ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଉଛି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିଜର ବର୍ଦ୍ଧିତ ଦରମା ଗ୍ରହଣ କରିବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିବା ପରେ ଏହାକୁ ନେଇ ରାଜନୀତି ସରଗରମ ହୋଇଛି। ଏଭଳି ସ୍ଥିତିରେ ବରଗଡ଼ ବିଧାୟକ ଅଶ୍ବିନୀ ଷଡ଼ଙ୍ଗୀ ନିଜର ବର୍ଦ୍ଧିତ ଦରମା ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି କିମ୍ବା ଜିଲାପାଳଙ୍କ ରେଡକ୍ରସ ପାଣ୍ଠିକୁ ଦାନ କରିବା ପାଇଁ ଘୋଷଣା କରିଛନ୍ତି। ଏହାକୁ ସାଧାରଣ ଜନତାଙ୍କ ପାଇଁ ଖର୍ଚ୍ଚ କରିବାକୁ ସେ ପ୍ରସ୍ତାବ ଦେଇଛନ୍ତି। ନିଜ ସାମାଜିକ ଗଣମାଧ୍ୟମ ଏକାଉଣ୍ଟ ମାଧ୍ୟମରେ ଷଡ଼ଙ୍ଗୀ ଏହି ସୂଚନା ଦେବା ପରେ ବିଭିନ୍ନ ମହଲରୁ ତାଙ୍କର ନିଷ୍ପତ୍ତିକୁ ସ୍ୱାଗତ କରାଯାଇଛି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook