ମୁଖ୍ୟ ଖବର
ଯାଜପୁର : ଆଜି ପବିତ୍ର ବାରୁଣୀ ବୁଡ଼। ଯାଜପୁର ଦଶାଶ୍ୱମେଧ ଘାଟ ପୂଣ୍ୟତୋୟା ବୈତରଣୀ ନଦୀରେ ଆଜି ହଜାର ହଜାର ଭକ୍ତ ଓ ଶ୍ରଦ୍ଧାଳୁ ବାରୁଣୀ ସ୍ନାନ କରିଛନ୍ତି । ଏଥିସହିତ ବୈତରଣୀ ନଦୀ କୂଳରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିଛନ୍ତି ଶ୍ରଦ୍ଧାଳୁ।
ଏହି ପୁରାଣ ପ୍ରସିଦ୍ଧ ବାରୁଣୀ ସ୍ନାନ ପାଇଁ ଜିଲ୍ଳା ଓ ଜିଲ୍ଳା ବାହାରୁ ବହୁ ଭକ୍ତ ଯୋଗ ଦେଇଛନ୍ତି । ବିଶ୍ୱାସ ରହିଛି ବୈତରଣୀ ଗଙ୍ଗା ନଦୀର ଅନ୍ୟ ଏକ ରୂପ । ତେଣୁ ଆଜିର ଦିନରେ ଏଠାରେ ସ୍ନାନ କଲେ କୋଟି ଜନ୍ମର ପାପ କ୍ଷୟ ହୋଇଥାଏ ବୋଲି ବିଶ୍ୱାସ ରହିଛି । ଏହି ଅବସରରେ ଅନୁଷ୍ଠିତ ମେଳା ଆସନ୍ତା ୭ ଦିନ ଧରି ଚାଲିବ। ଏଥିପାଇଁ ଯାଜପୁର ପୌର ପ୍ରଶାସନ ପକ୍ଷରୁ ବିଭିନ୍ନ ବନ୍ଦୋବସ୍ତ କରାଯାଇଛି ।
Comments ସମସ୍ତ ମତାମତ