ମୁଖ୍ୟ ଖବର
ଭୁବନେଶ୍ୱର: ଆଜି ହେବ ରାଜ୍ୟ ମନ୍ତ୍ରିମଣ୍ଡଳର ଅଦଳବଦଳ। ଶପଥ ନେବେ ତିନି ନୂଆ ମନ୍ତ୍ରୀ। ବିକ୍ରମ କେଶରୀ ଆରୁଖ, ସାରଦା ନାୟକ ଓ ସୁଦାମ ମାରାଣ୍ଡି ଆଜି ମନ୍ତ୍ରୀ ଭାବେ ଶପଥ ନେବେ। ତେବେ କିଏ କେଉଁ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ନେବେ ତାହା ଜଣାପଡ଼ିନି। ତିନି ଜଣ ଯାକକ୍ୟାବିନେଟ ପାହ୍ୟା ପାଇବେ ବୋଲି ସୂଚନା ମିଳିଛି। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ନୂଆ ମନ୍ତ୍ରୀ ମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ।
ମୁଖ୍ୟମନ୍ତ୍ରୀଙ୍କ ଅଫିସରୁ କଲ୍ ଆସିବା ପରେ ବିକ୍ରମ ଆରୁଖ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ନିକଟରେ ମୁଁ କୃତଜ୍ଞ। ତେବେ ଯେଉଁ ବିଭାଗ ମିଳିବ ଆନ୍ତରିକତାର ସହ ଦାୟିତ୍ୱ ତୁଲାଇବି।
ଗଞ୍ଜାମ ଜିଲ୍ଲାର ଟାଣୁଆ ନେତା ହେଉଛନ୍ତି ବିକ୍ରମ ଆରୁଖ। ଲଗାତାର ୬ ଥର ଭଞ୍ଜନଗରରୁ ନିର୍ବାଚିତ ହୋଇଛନ୍ତି। କଂଗ୍ରେସ ଗଡ଼ରେ ୧୯୯୫ ମସିହାରେ ବିଧାୟକ ଭାବେ ପ୍ରଥମ ଥର ପାଇଁ ଜନତା ଦଳ ଟିକେଟରେ ନିର୍ବାଚିତ ହୋଇଥିଲେ। ଏହାପରେ ୨୦୦୦, ୨୦୦୪, ୨୦୦୯, ୨୦୧୪, ୨୦୧୯ ଏପରି ୬ ଥର ବିଧାୟକ ହୋଇଛନ୍ତି। ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ସଂଗଠନ ଦାୟିତ୍ୱରେ ମଧ୍ୟ ଥିଲେ ଆରୁଖ।
Comments ସମସ୍ତ ମତାମତ