Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୁଲିସ

    Share on :
    ajab-Image
    Date: Jul 16, 2025    Views: 2758

    ଭୁବନେଶ୍ବର: ଫକୀରମୋହନ କଲେଜ ଛାତ୍ରୀ ସୋମ୍ୟାଶ୍ରୀଙ୍କ ଆତ୍ମାହୁତି ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବି କରି ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ଉତ୍ତେଜନାମୂଳକ ସ୍ଥିତି ଉପୁଜିଛି। ଲୋକସେବା ଭବନ ବାହାରେ ପୁଲିସର କଡ଼ାପହରା ଥାଇ ମଧ୍ୟ ରଣକ୍ଷେତ୍ର ପାଲଟିଛି ଲୋୟର୍ ପିଏମ୍‌ଜି।ବିଜେଡି କର୍ମୀମାନେ ବ୍ୟାରିକେଡ୍ ଭାଙ୍ଗିବା ପରେ ପୁଲିସ ପକ୍ଷରୁ ସେମାନଙ୍କ ଉପରେ ପାଣି ଓ ଲୁହବୁହା ଗ୍ୟାସ୍ ମାଡ଼ କରାଯାଇଛି। ଏଣେ ଶତାଧିକ ଆନ୍ଦୋଳନକାରୀଙ୍କୁ ଉଠାଇନେଇଛି କମିସନରେଟ୍ ପୁଲିସ। ତେଣେ କେତେକ ବିଜେଡି ନେତା ଓ କର୍ମୀ ଘଟଣାସ୍ଥଳରୁ ଛତ୍ରଭଙ୍ଗ ଦେଇଛନ୍ତି। କେତେକ ଆନ୍ଦୋଳନକାରୀଙ୍କୁ ପୁଲିସ ଅଟକ ରଖିଛି।

    ହଜାର ହଜାର ବିଜେଡି କର୍ମୀ ଶୋଭାଯାତ୍ରାରେ ଆସି ଲୋକସେବା ଭବନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଲୋକସେବା ଭବନ ଭିତରକୁ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ । ପୁଲିସ ଓ ସୁରକ୍ଷାକର୍ମୀ ସେମାନଙ୍କ ଅଟକାଇବାକୁ ଚେଷ୍ଟା କରିଥିବା ବେଳେ ବିଜେଡି କର୍ମୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି । ଏହାସହ ଆନ୍ଦୋଳନକାରୀଙ୍କୁ ଅଟକାଇବାକୁ ପୁଲିସ ପାଣିମାଡ଼ କରୁଥିବା ଦେଖିବାକୁ ମିଳିଛି । ଆନ୍ଦୋଳନ ତୀବ୍ର ହେବାରୁ ପୁଲିସ ଲୁହବୁହା ଗ୍ୟାସ ମଧ୍ୟ ପ୍ରୟୋଗ କରିଛି । କିଛି ଆନ୍ଦୋଳନକାରୀଙ୍କୁ ପୁଲିସ ଜୋର ଜବରଦସ୍ତ ଉଠାଇ ନେଇଛି । ଆନ୍ଦୋଳନକାରୀଙ୍କ ଦାବି ରହିଛି କି ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ନୁହେଁ ରାଜ୍ୟ ସରକାର ୨ କୋଟି ଟଙ୍କା ସହାୟତା ପ୍ରଦାନ କରନ୍ତୁ । ଏହାସହ ଉଚ୍ଚଶିକ୍ଷାମନ୍ତ୍ରୀ ସୂରଜ ସୂର୍ୟ୍ୟବଂଶୀ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଇସ୍ତଫା ଦିଅନ୍ତୁ । ଘଟଣାର ବିଚାରବିଭାଗୀୟ ତଦନ୍ତ ହେଉ । ଏସବୁ ସହ ସରକାର ରାଜରାସ୍ତାରେ ଆଣ୍ଠୁମାଡ଼ି ନିଜର ଭୁଲ ପାଇଁ କ୍ଷମାପ୍ରାର୍ଥନା କରନ୍ତୁ ବୋଲି ବିଜେଡ଼ି ଦାବି କରିଛି । 

    Maximum 500 characters

    ତାଜା ଖବର View all

    Find Us on Facebook