ମୁଖ୍ୟ ଖବର
ଭୁବନେଶ୍ଵର: ରାଜ୍ୟସଭା ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜ୍ୟରେ ରାଜନୈତିକ ଉଷ୍ଣତା ସେତିକି ବଢୁଛି । କାହାକୁ କେଉଁ ଦଳ ପ୍ରାର୍ଥୀ କରିବ , କିଏ ସଂସଦର ଉଚ୍ଚସଦନକୁ ଯିବାକୁ ଟିକେଟ ପାଇବ, ତାକୁ ନେଇ ରାଜ୍ୟବାସୀଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଛି। ଏସବୁ ଭିତରେ ନବୀନ ନିବାସରେ ପ୍ରାର୍ଥୀ ନେଇ ଚାଲିଛି ଅଙ୍କକଷା । ନବୀନ ନିବାସରେ ଡାକ୍ତର ଦତ୍ତେଶ୍ବର ହୋତା ପହଞ୍ଚିବା ପରେ ଚର୍ଚ୍ଚା ବଢ଼ିଛି । ସଂତୃପ୍ତ ମିଶ୍ର ବି ନବୀନ ନିବାସରେ ଉପସ୍ଥିତ ଅଛନ୍ତି । ତେବେ କାହାକୁ ରାଜ୍ୟସଭା ପାଇଁ ଟିକେଟ୍ ମିଳିବ ତାକୁ ହିଁ ଅପେକ୍ଷା ରହିଛି। ଏସବୁ ଭିତରେ ଆଜି ବିଜୁ ଜନତା ଦଳ ନିଜର ପ୍ରାର୍ଥୀ ଘୋଷଣା କରିପାରେ ବୋଲି ଚର୍ଚ୍ଚା ହେଉଛି।
ତେବେ ଡାକ୍ତର ଦତ୍ତେଶ୍ବର ହୋତା ଓଡ଼ିଶା ସ୍ବାସ୍ଥ୍ୟ ବିଶ୍ବବିଦ୍ୟାଳୟର ପ୍ରଥମ କୁଳପତି ଥିଲେ । ୟୁରୋଲୋଜି କ୍ଷେତ୍ରରେ ତାଙ୍କର ୪୦ ବର୍ଷରୁ ଅଧିକ ଅଭିଜ୍ଞତା ରହିଛି। କଟକ ଏସସିବି ମେଡିକାଲର ୟୁରୋଲୋଜି ବିଭାଗର ସେ ମୁଖ୍ୟ ଥିଲେ।
Comments ସମସ୍ତ ମତାମତ