Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ୨୯ରେ ବିଜେପିର ରାଜ୍ୟ କାର୍ୟ୍ୟକାରିଣୀ

    Share on :
    ajab-Image
    Date: Jun 26, 2022    Views: 5047

    ଭୁବନେଶ୍ୱର: ରାଜ୍ୟର ସାମ୍ପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୨୯ ତାରିଖରେ ବିଜେପିର ରାଜ୍ୟ କାର୍ୟ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ହେବାକୁ ଥିବା ଏହି ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କାର୍ୟ୍ୟକାରିଣୀ ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ରାଜ୍ୟ ସହପ୍ରଭାରୀ ବିଜୟ ପାଲ ସିଂ ତୋମାର, ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ୟ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ବିଭିନ୍ନ ମୋର୍ଚ୍ଚା ସଭାପତିମାନେ ଯୋଗଦେବେ । ୨୯ ତାରିଖରେ ହେବାକୁ ଥିବା ଏହି କାର୍ୟ୍ୟକାରିଣୀ ବୈଠକ ଫୁଲନଖରା, କୁରାଙ୍ଗସ୍ଥିତ ‘ମୀରା କୋର୍ଟୟାର୍ଡ’ରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

    ସେହିପରି ବିଜେପିର ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ, ଜିଲ୍ଲା ସଭାପତି ଓ ପ୍ରଭାରୀମାନଙ୍କ ବୈଠକ ଆସନ୍ତା ୨୮ତାରିଖ ଅପରାହ୍ଣରେ ରାଜ୍ୟ କାର୍ୟ୍ୟାଳୟରେ ଅନୁଷ୍ଠିତ ହେବ ବୋଲି ଶ୍ରୀ ମହାପାତ୍ର କହିଛନ୍ତି ।

    Maximum 500 characters

    ରାଜନୀତି View all

    Find Us on Facebook