ମୁଖ୍ୟ ଖବର
ଭୁବନେଶ୍ୱର : ନିର୍ବାଚନମଣ୍ଡଳୀରେ ଥିବା କୌଣସି ସରକାରୀ ଅଧିକାରୀ କିମ୍ବା ସରକାରୀ ଚାକିରୀ କରୁଥିବା ଅଧିକାରୀଙ୍କୁ ନିର୍ବାଚନ ପରିଚାଳନା ଦାୟୀତ୍ୱ ଦେବା ପାଇଁ ବାରଣ କରାଯାଇଛି । ତେଣୁ ଆଗାମୀ ପଦ୍ମପୁର ଉପନିର୍ବାଚନ ପରିଚାଳନା ପରିପ୍ରେକ୍ଷୀରେ ନିର୍ବାଚନମଣ୍ଡଳୀର ସମସ୍ତ “କାର୍ୟ୍ୟରତ କିମ୍ବା ବାସିନ୍ଦା” ସରକାରୀ ଅଧିକାରୀଙ୍କୁ ନିର୍ବାଚନ ପରିଚାଳନା ଦାୟିତ୍ୱରୁ ବାଦ୍ ଦିଆଯାଉ । ସେହିପରି ମତଦାନ ସମୟରେ ମୋବାଇଲ ଫୋନ ବ୍ୟବହାର ଉପରେ ସଂପୂର୍ଣ୍ଣ ରୋକ ଲଗାଯାଉ । ଏଥି ସହ ଆଗାମୀ ପଦ୍ମପୁର ଉପ ନିର୍ବାଚନକୁ ଅବାଧ, ମୁକ୍ତ ଓ ନିରପେକ୍ଷ କରିବା ପାଇଁ ରାଜ୍ୟ ନିର୍ବାଚନ ଅଧିକାରୀ ବର୍ତ୍ତମାନରୁ ବିହୀତ ପଦକ୍ଷେପ ଗ୍ରହଣ କରିବା ଦାବୀରେ ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ରଙ୍କ ନେତୃତ୍ୱରେ ବିଜେପିର ଏକ ପ୍ରତିନିଧି ଦଳ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଦାବୀ ଜଣାଇଛନ୍ତି ।
ଏହି ପ୍ରତିନିଧିଦଳରେ ରାଜ୍ୟ ମୁଖପାତ୍ର ଠାକୁର ରଣଜିତ୍ ଦାସ, ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ ଓ ସହମୁଖ୍ୟ ସୁଜିତ କୁମାର ଦାସ ଏବଂ ଲିଗାଲ ସେଲ୍ ରାଜ୍ୟ ସଂଯୋଜକ ଜୟନ୍ତ ଜେନା ପ୍ରମୁଖ ଉପସ୍ଥିତ ଥିଲେ ।
Comments ସମସ୍ତ ମତାମତ