Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ଆସିଲା ବିଜେପିର ସଂକଳ୍ପ ପତ୍ର

    Share on :
    ajab-Image
    Date: Apr 14, 2024    Views: 3197

    ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ଆଜି ଜାରି ହୋଇଛି ବିଜେପିର ସଂକଳ୍ପ ପତ୍ର । ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ସଂକଳ୍ପ ପତ୍ର ଉନ୍ମୋଚନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । 'ମୋଦି କୀ ଗ୍ୟାରେଣ୍ଟି ୨୦୨୪' ନାଁରେ ବିଜେପି ପକ୍ଷରୁ ସଂକଳ୍ପ ପତ୍ର ଜାରି ହୋଇଥିବା ବେଳେ ଏଥର ଫୋକସରେ ରହିଛନ୍ତି ଗରିବ, ଯୁବକ, ନାରୀ ଓ ଅନ୍ନଦାତା ।

    ଦିଲ୍ଲୀ ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନୀ ଇସ୍ତାହାର କମିଟିର ମୁଖ୍ୟ ରାଜନାଥ ସିଂହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଏହି ସଙ୍କଳ୍ପ ପତ୍ର ଜାରି କରାଯାଇଛି । ନିଜ ସଙ୍କଳ୍ପ ପତ୍ରରେ ବିଜେପି ମୋଦିଙ୍କ ଗ୍ୟାରେଣ୍ଟି ଆଧାରାରେ ଦେଶର ସବୁ ବର୍ଗଙ୍କୁ ପ୍ରାଧାନ୍ୟ ଦେଇଛି ।

    ସଂକଳ୍ପ ପତ୍ର ଉନ୍ମୋଚନ ଅବସରରେ ନିଜ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ଅନେକ ରାଜ୍ୟରେ ଆଜି ନବ ବର୍ଷ ପାଳନ କରାଯାଉଛି। ଏଭଳି ଶୁଭ ଦିନରେ ବିଜେପି ନିଜ ସଂକଳ୍ପ ପତ୍ର ଜାରି କରିଛି । ଯୁବ ଭାରତର ଯୁବ ଆକାଂକ୍ଷା ଆମ ସଙ୍କଳ୍ପ ପତ୍ରରେ ପ୍ରତିଫଳିତ । ‘ଡିଗ୍‌ନିଟି ଅଫ୍‌ ଲାଇଫ୍ ଓ କ୍ୱାଲିଟି ଅଫ୍ ଲାଇଫ୍’ ଆମର ଫୋକସ ବୋଲି ନିଜ ଭାଷଣରେ କହିଛନ୍ତି ମୋଦି।
    ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି 

    -ଆସନ୍ତା ୫ ବର୍ଷ ଯାଏଁ ମାଗଣା ରାସନ ଜାରି ରହିବ। -ଦେଶରେ ଜନ ଔଷଧି କେନ୍ଦ୍ରର ବିସ୍ତାର ହେବ।  ୭୦ ବର୍ଷରୁ ଊର୍ଦ୍ଧ୍ୱ ବରିଷ୍ଠଙ୍କୁ ଆୟୁଷ୍ମାନ ଯୋଜନାରେ ସାମିଲ କରାଯିବ । ୫ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ମାଗଣା ଚିକିତ୍ସା ମିଳିବ । ଆୟୁଷ୍ମାନ ଯୋଜନାରେ ଟ୍ରାନ୍ସଜେଣ୍ଡରଙ୍କୁ ମଧ୍ୟ ସାମିଲ କରାଯିବ। ଗରିବ କିମ୍ବା ମଧ୍ୟମ ଓ ଉଚ୍ଚ ମଧ୍ୟ ବର୍ଗର ବ୍ୟକ୍ତି ସମସ୍ତେ ଉପକୃତ ହେବେ। ପାଇପ ଯୋଗେ ଘରେ ଘରେ ଶସ୍ତାରେ ଗ୍ୟାସ ପହଞ୍ଚାଯିବ। ମୁଦ୍ରା ଯୋଜନାରେ ୨୦ ଲକ୍ଷ ପର୍ୟ୍ୟନ୍ତ ଋଣ ବୃଦ୍ଧି କରାଯିବ । ଗରିବଙ୍କ ପାଇଁ ଆହୁରି ୩ କୋଟି ଆବାସ ନିର୍ମାଣ ହେବ
    ଦେଶର ଉତ୍ତର, ଦକ୍ଷିଣ ଓ ପୂର୍ବ ଭାଗରେ ବୁଲେଟ ଟ୍ରେନ୍ ଚାଲିବ। ଖୁବଶୀଘ୍ର ସର୍ଭେ କାମ ଆରମ୍ଭ ହେବ । ଖୁବଶୀଘ୍ର ଗଡ଼ିବ ବନ୍ଦେ ଭାରତ ମେଟ୍ରୋ ଟ୍ରେନ୍।
    ଗୋଟିଏ ଦେଶ, ଗୋଟିଏ ନିର୍ବାଚନ' ସଂକଳ୍ପ ପୂରଣ କରିବୁ। ୨୦୩୬ ମସିହାରେ ଅଲମ୍ପିକ ଆୟୋଜନ କରିବ ଦେଶ । ୩ କୋଟି ମହିଳାଙ୍କୁ ଲକ୍ଷପତି ଦିଦି କରିବାକୁ ଲକ୍ଷ୍ୟ। ସର୍ଭାଇକାଲ କ୍ୟାନସର ଓ ବ୍ରେଷ୍ଟ କ୍ୟାନସର ପାଇଁ ଯୋଜନା ପ୍ରସ୍ତୁତ କରିବୁ
    । କୃଷି ଢାଞ୍ଚାକୁ ବିକଶିତ କରିବୁ।

    Maximum 500 characters

    ରାଜନୀତି View all

    Find Us on Facebook